ଗାଁକୁ ଯାଇ ରାଜସ୍ବ ମାମଲା ଫଇସଲା କରିବେ ତହସିଲଦାର

ଭୁବନେଶ୍ୱର,୧୩ା୯(ବ୍ୟୁରୋ):ଆସନ୍ତା ୧୫ ତାରିଖରୁ ତହସିଲଦାରମାନେ କ୍ୟାମ୍ପ କୋର୍ଟ ଶୁଣାଣି ଆରମ୍ଭ କରିବେ। ସେହିପରି ପ୍ରତ୍ୟେକ ମାସରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ସେମାନଙ୍କ ଅଧୀନରେ ଥିବା ପ୍ରତ୍ୟେକ ଗଁାକୁ ଯାଇ ବିଭିନ୍ନ ରାଜସ୍ବ ମାମଲା ଫଇସଲା କରିବେ। ଏଥିପାଇଁ ରାଜସ୍ବ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଜିଲାର ନୋଡାଲ ଅଫିସରମାନେ ତହସିଲ ଅଫିସ କ୍ୟାମ୍ପ କୋର୍ଟ ଉପରେ ସ୍ବତନ୍ତ୍ର ସମୀକ୍ଷା ବୈଠକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତି ଜିଲାର ରାଜସ୍ବ ସମୀକ୍ଷା ବୈଠକରେ ଏହି କାର୍ଯ୍ୟସୂଚୀ ଉପରେ ନିୟମିତ ସମୀକ୍ଷା ହେବ। କ୍ୟାମ୍ପ କୋର୍ଟ କରିବାରେ ଅବହେଳା ହେଲେ ରାଜସ୍ବ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ କହିଛନ୍ତି।
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମସ୍ତ ସେବା ଅନ୍‌ଲାଇନ ମାଧ୍ୟମରେ ଉପଲବ୍ଧ କରାଯାଇଛି। ରାଜସ୍ବ ରଥ ମାଧ୍ୟମରେ ଲୋକଙ୍କ ଘରେ ଘରେ ପଟ୍ଟା ଓ ବିଭିନ୍ନ ପ୍ରକାର ସାର୍ଟିଫିକେଟ୍‌ ବଣ୍ଟାଯାଉଛି। ପ୍ରତ୍ୟେକ ଜିଲାରେ ସମୀକ୍ଷା ବୈଠକ ଯୋଗୁ ରାଜସ୍ବ ସେବାରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିଛି। ସମୀକ୍ଷା ବୈଠକ ପରେ ରାଜସ୍ବ ରଥ ମାଧ୍ୟମରେ ବିଭାଗ ତରଫରୁ ପ୍ରାୟ ୧ ଲକ୍ଷ ପଟ୍ଟା ବଣ୍ଟନ କରାଯାଇଛି। ଏଣିକି କୌଣସି ବିବିଧ, ଜାତିଗତ ପ୍ରମାଣପତ୍ର ଏବଂ ବିବାଦବିହୀନ ଦାଖଲ ଖାରଜ ମାମଲାରେ ଲୋକଙ୍କୁ ତହସିଲ ଅଫିସ ଯିବାର ଆବଶ୍ୟକତା ପଡ଼ିବ ନାହିଁ। ରାଜସ୍ବ କୋର୍ଟରେ ଶୁଣାଣି ହେଉଥିବା ବିଭିନ୍ନ ମାମଲାର ଫଇସଲା ପାଇଁ ଲୋକମାନଙ୍କୁ ତହସିଲ ଅଫିସ ଯିବାକୁ ପଡ଼ିଥାଏ। ସେହିସବୁ ରାଜସ୍ବ ମାମଲାରେ ଲୋକମାନଙ୍କୁ ତହସିଲ ନ ଯିବା ପାଇଁ ତଥା ରାଜସ୍ବ ସେବାକୁ ଅଧିକ ଲୋକାଭିମୁଖୀ କରିବା ସହ ବିଭାଗକୁ ଅଧିକ କ୍ରିୟାଶୀଳ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ରାଜସ୍ବ କ୍ଷେତ୍ରାଧିକାରୀ ଯଥା ତହସିଲଦାର ଓ ଅତିରିକ୍ତ ତହସିଲଦାରମାନଙ୍କୁ କ୍ୟାମ୍ପ କୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତହସିଲଦାର ଓ ଅତିରିକ୍ତ ତହସିଲଦାରମାନେ ପ୍ରତି ସପ୍ତାହରେ ୨ରୁ ୩ ଦିନ ସେମାନଙ୍କ ଅଧୀନରେ ଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ ଅଫିସ, ପଞ୍ଚାୟତ ଓ ଗ୍ରାମରେ କ୍ୟାମ୍ପ କୋର୍ଟ କରିବାକୁ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri