ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ ତହସିଲଦାର

ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): ବ୍ଲକସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଏସ୍‌ଏସ୍‌ଓ କ୍ଷେତୀଶ ପ୍ରିୟଦର୍ଶୀ ସାହୁ ପୂର୍ବ ବର୍ଷର ବିବରଣୀ ପଠନ କରିଥିଲେ। ଚଳିତଥର ଏହି ଜାତୀୟ ଦିବସକୁ ଧୂମ୍‌ଧାମରେ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି। ବ୍ଲକର ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଡିଗ୍ରୀ କଲେଜର ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା କରାଯିବ ଏଥିସହ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଛାତ୍ରୀଛାତ୍ରଙ୍କ ଦ୍ୱାରା ଦେଶାତ୍ମକ ସଙ୍ଗୀତରେ ନୃତ୍ୟ ପ୍ରତିଯୋଗିତା କରାଯିବା ସହ ସେହିଦିନ ପଡ଼ିଆରେ ସାମୁହିକ ପରେଡ୍‌, ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ସେହିପରି ଗଣମାଧ୍ୟମଙ୍କ ପରାମର୍ଶ କ୍ରମେ ଗଣଦୌଡ଼ ପୂର୍ବଦିନ କରାଯିବା ପାଇଁ ପ୍ରସ୍ତାବ ଦିଆଯାଇଥିଲା ଯାହା ସମସ୍ତେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସେହିପରି ଚଳିତଥର ତହସିଲଦାର ଶରତ ଶବର ଜାତୀୟ ପତ୍ତାକା ଉତ୍ତୋଳନ କରିବା ଓ ସାମୁହିକ ପରେଡରେ ଅଭିବାଦନ ଗ୍ରହଣ କରିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଛି।
ସେହିପରି ବିଭିନ୍ନ ଉପକମିଟିର କର୍ମକର୍ତ୍ତା ଚୟନ ଓ ଦାୟିତ୍ୱ ବଣ୍ଟନ କରାଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସବ୍‌ଇନ୍ସପେକ୍ଟର ଜୟନ୍ତ କୁମାର ସେଠୀ, ସରପଞ୍ଚ ଚନ୍ଦ୍ରିକା ମଲିକ, ଏବିଇଓ ବନମାଳୀ ମାଝୀ, ବିଧାୟକଙ୍କ ଦାରିଙ୍ଗବାଡ଼ି ପ୍ରତିନିଧି ପିଟର ଦିଗାଲ, ପତିତପାବନ ରାଉତ ପ୍ରମୁଖ ଯୋଗଦେଇ ଆଲୋଚନା କରିଥିଲେ। ବଣିକ ସଂଘ ହୋଟେଲ ସମେତ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ, ଅନ୍ତରଙ୍ଗ ଯୁବସଂଘ ସମେତ ଅଞ୍ଚଳବାସୀ ବୈଠକରେ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?