ଗଛରେ ପିଟିହେଲା ତହସିଲଦାରଙ୍କ ଗାଡ଼ି, ୨ ଗୁରୁତର

କୁଜଙ୍ଗ,୨୦ା୪(ଡି.ଏନ୍‌.ଏ.): ଗୁରୁବାର ଅପରାହ୍ନରେ କୁଜଙ୍ଗ ତହସିଲଦାରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବା ପରେ ଦୁଇଜଣ ଗୁରୁତର ହୋଇଥିବାର ଜଣାପଡିଛି।

ପ୍ରକାଶ ଯେ, କୁଜଙ୍ଗ ତହସିଲଦାର ବ୍ୟବହାର କରୁଥିବା ଓଡି ୦୫ ଏୟୁ ୮୨୩୬ ନମ୍ବର ବିଶିଷ୍ଟ ବୋଲେରୋରେ ଅତିରିକ୍ତ ତହସିଲଦାର ବାଇଧର ପ୍ରଧାନ ଓ ଉପବିଭାଗ ଅଧିକାରୀ ଲାଲା ଅମରେନ୍ଦ୍ର ରାୟ ଆଜି ଜଗତ୍‌ସିଂହପୁରର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଶିଳ୍ପ ସଂକ୍ରାନ୍ତରେ ଏକ ବୈଠକରେ ଯୋଗଦେବା ପାଇଁ ଯାଇଥିଲେ। ଅପରାହ୍ନରେ କୁଜଙ୍ଗ ଫେରୁଥିବା ବାଟରେ କୁଜଙ୍ଗ ଥାନା ଅନ୍ତର୍ଗତ କଟକ-ପାରାଦୀପ ରାସ୍ତାର ଷଣ୍ଢପୁର ଗଡ଼ା ନିକଟରେ ଚାଳକ ଭାରସାମ୍ୟ ହରାଇବାରୁ ବୋଲେରୋଟି ରାସ୍ତାକଡ଼ର ୫ଫୁଟ ତଳକୁ ଖସିଯାଇ ଏକ ଗଛରେ ପିଟି ହୋଇଯାଇଥିଲା। ଗାଡିରେ ଥିବା ଅତିରିକ୍ତ ତହସିଲଦାର ବାଇଧର ପ୍ରଧାନଙ୍କର ଛାତିରେ ଓ ଗୋଡ଼ରେ ଗୁରୁତର ଆଘାତ ଲାଗିଥିବାବେଳେ ଉପବିଭାଗ ଅଧିକାରୀ ଲାଲା ଅମରେନ୍ଦ୍ର ରାୟଙ୍କର ମୁଣ୍ଡରେ ଗଭୀର କ୍ଷତ ହେବା ସାଙ୍ଗକୁ ହାତ ଭାଙ୍ଗିଯାଇଥିବାର ଜଣାପଡିଛି। ଦୁର୍ଘଟଣା ପରେ ଉଭୟଙ୍କୁ ତତ୍‌କ୍ଷଣା୍‌ତ କୁଜଙ୍ଗ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ଡାକ୍ତରଖାନାକୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ, ଶିଳ୍ପ ସଂକ୍ରାନ୍ତ ବୈଠକରେ ତହସିଲଦାର ପ୍ରୀତିପର୍ଣ୍ଣା ମିଶ୍ର ଯୋଗଦେବାର ଥିବାବେଳେ, ନିଜେ ଅସୁସ୍ଥ ହୋଇପଡ଼ିବାରୁ ଅତିରିକ୍ତ ତହସିଲଦାର ଓ ଉପବିଭାଗ ଅଧିକାରୀଙ୍କୁ ବୈଠକରେ ଯୋଗଦେବା ପାଇଁ ପଠାଇଥିଲେ ବୋଲି ତହସିଲଦାରଙ୍କଠାରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri