ବାଲି ମାଫିଆଙ୍କ ଆକ୍ରମଣରେ ବେତନଟୀ ତହସିଲଦାରଙ୍କ କର୍ମଚାରୀ ଆହତ , ଦୁଇ ଗିରଫ

ବୈଶିଙ୍ଗା,୨୫|୧୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ତହସିଲଦାରଙ୍କ ଉପରେ ୧୮ ନଂ ଜାତୀୟ ରାଜପଥର ତୁଳସୀଚଉରା ନିକଟରେ ଚୋରା ବାଲି ଟ୍ରାକ୍ଟରକୁ ଅଟକାଇବା ଘଟଣାରେ ଉତକ୍ଷିପ୍ତ ହୋଇ ୧୦ ରୁ ୧୫ ଜଣ ବାଲି ମାଫିଆମାନେ ମିଳିତ ଭାବେ ଆକ୍ରମଣ କରିଥିଲେ। ତେବେ ତହସିଲଦାର ଚନ୍ଦ୍ରଜିତ ବେହେରାଙ୍କୁ ସୁରକ୍ଷା ଦେବାକୁ ଯାଇ ତାଙ୍କ ଗାଡ଼ିର ଡ଼୍ରାଇଭର ନିହାର ରଞ୍ଜନ ବିଶ୍ୱାଳ ଓ ପିଅନ ସତ୍ୟବ୍ରତ ନାୟକ ଆକ୍ରମଣର ଶିକାର ହୋଇଥିବା ବେଳେ ନିହାରଙ୍କ ମୁଣ୍ଡ ଫାଟି ପ୍ରଚୁର ରକ୍ତସ୍ରାବ ହୋଇଥିଲା। ଖବର ପାଇ ବେତନଟୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତହସିଲଦାରଙ୍କ ସହ ସମସ୍ତ କର୍ମଚାରୀଙ୍କୁ ସୁରକ୍ଷିତ ଉଦ୍ଧାର କରି ଥାନାକୁ ଆଣିଥିଲେ। ଆହତ କର୍ମଚାରୀଙ୍କୁ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତେବେ ପୋଲିସ ଉପଖଣ୍ଡ ଅଧିକାରୀ ସୁଶ୍ରୀ ମିନତୀ ବିଶ୍ବାଳଙ୍କ ନେତୃତ୍ୱରେ ଦୁଇଟି ପୋଲିସ ଟିମ ଗଠନ କରାଯାଇ ଚଢାଉ କରି ଘଟଣାରେ ସଂପୃକ୍ତ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟ ମାନଙ୍କୁ ଖୋଜା ଚାଲିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ ଚଳିତ ମାସ ୧୧ ତାରିଖ ଦିନ ଚନ୍ଦ୍ରଜିତ ବେହେରା ବେତନଟୀ ତହସିଲଦାର ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ବାରିପଦା ଉପଜିଲାପାଳ ଡ଼ ଦୟାସିନ୍ଧୁ ପରିଡ଼ା ବେତନଟୀରେ ପହଞ୍ଚି ଘଟଣାର ଯାଞ୍ଚ ଆରମ୍ଭ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri