ଟୁବି ଫେରିଘାଟରେ ତହସିଲଦାରଙ୍କ ଚଢ଼ାଉ

ମହାକାଳପଡ଼ା,୨୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର-ଖରିନାଶି ଟୁବି ଫେରିଘାଟ ଡଙ୍ଗା ଚଳାଚଳକୁ ନେଇ ଉଭୟ ପଞ୍ଚାୟତ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। ଏହି ଫେରିଘାଟ ଡଙ୍ଗା ୧୯୮୪ଠାରୁ ବତୀଘର ପଞ୍ଚାୟତ ନିୟନ୍ତ୍ରଣରେ ବ୍ଲକ ପ୍ରଶାସନ ପକ୍ଷରୁ ନିଲାମ ପ୍ରକ୍ରିୟା ହୋଇଥାଏ। ହେଲେ ୪ ବର୍ଷ ହେବ ଖରିନାଶି ପଞ୍ଚାୟତ ପକ୍ଷରୁ ଏହି ଘାଟ ନିଲାମର ୫୦ପ୍ରତିଶତ ଅର୍ଥ ଦାବି କରାଯାଇଥିଲା। ଏହାକୁ ନେଇ ଖରିନାଶି ପଞ୍ଚାୟତ କର୍ତ୍ତୃପକ୍ଷ ଉଚ୍ଚ ନ୍ୟାୟାଳୟର ଦାରସ୍ଥ ହୋଇଥିଲେ। ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଅନୁସାରେ କେନ୍ଦ୍ରାପଡ଼ା ଜିଲାପାଳ ଉଭୟ ପକ୍ଷଙ୍କୁ ଡାକି ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ରାୟରେ ଉଲ୍ଲେଖ କରିଥିଲେ। ଏହାକୁ ନେଇ ଜିଲାପାଳ ଡିସେମ୍ବର ୨୪ରେ ଉଭୟ ପଞ୍ଚାୟତ ସରପଞ୍ଚଙ୍କୁ ଉପସ୍ଥିତ ରହିବା ପାଇଁ ପରାମର୍ଶ ଦେଇଥିଲେ। ପରେ ଉଭୟ ପଞ୍ଚାୟତର ସମସ୍ତ ରେକର୍ଡ ପତ୍ର ଯାଞ୍ଚ କରିଥିଲେ । ସାମୂହିକ ସ୍ବାର୍ଥ ଦୃଷ୍ଟିରୁ ବିବାଦର ସମାଧାନ ପାଇଁ ଉଦ୍ୟମ କରିଥିଲେ। ଏହା ସତ୍ତ୍ୱେ ଦୁଇ ପଞ୍ଚାୟତ ପୂର୍ବ ପରି ଫେରି ଘାଟ ଡଙ୍ଗା ଚଳାଇ ଥିବା ଦେଖିବାକୁ ମିଳିଥିଲା। ପରେ ଜିଲାପାଳଙ୍କ ଅଫିସ ଚିଠି ନମ୍ବର ୬୩, ୯ା୧ା୨୦୨୫ ଅନୁସାରେ ବତୀଘର ପଞ୍ଚାୟତକୁ ମୋଟ ନିଲାମ ଅର୍ଥର ୯୦ ଓ ଖରିନାଶି ପଞ୍ଚାୟତକୁ ୧୦ ପ୍ରତିଶତ ମୋଟ ନିଲାମ ଅର୍ଥ ପ୍ରଦାନ କରିବା ପାଇଁ ବ୍ଲକ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଶାସନ ଚିଠି ମିଳିବା ପରେ ମଧ୍ୟ ଖରିନାଶି ଘାଟ ପୂର୍ବପରି ବେଆଇନ ଭାବେ ଫେରିଘାଟ ଡଙ୍ଗା ଚଳାଚଳ କରିଥିଲା। ଖବର ପାଇ ଶୁକ୍ରବାର ଅପରାହ୍ନରେ ମହାକାଳପଡ଼ା ତହସିଲଦାର ତଥା ଭାରପ୍ରାପ୍ତ ବିଡ଼ିଓ ଶିବ ମଲିକଙ୍କ ସମେତ ଜମ୍ବୁ ସାମୁଦ୍ରିକ ଥାନା ଟିମ୍‌କୁ ନେଇ ଚଢ଼ାଉ କରାଯାଇଥିଲା। ହେଲେ ଆଗୁଆ ସୂଚନା ପାଇ ଖରିନାଶି ଫେରିଘାଟ ଡଙ୍ଗା ଦେଖିବକୁ ମିଳି ନ ଥିଲା। ପରେ ମାଜିଷ୍ଟ୍ରେଟ ତଥା ବିଡ଼ିଓ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ଫେରିଥିଲେ।
ପ୍ରଶାସନ ନିର୍ଦ୍ଦେଶ ଅବମାନନା କଲେ ବେଆଇନ ଡଙ୍ଗା ଜବତ ଓ ଘାଟ ଚାଳକଙ୍କୁ ଗିରଫ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ମହାକାଳପଡ଼ା ତହସିଲଦାର ତଥା ଭାରପ୍ରାପ୍ତ ବିଡ଼ିଓ ଶିବ ମଲିକ କୁହନ୍ତି, ଏ ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରାଯାଇଛି। ଆଇନ ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri