ଟାଇକୋଣ୍ଡା ଏକାଡେମୀର ବାର୍ଷିକ ଉତ୍ସବ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗର ଆର୍‌.ଏମ.ସି. ସଭାକକ୍ଷରେ ଭଞ୍ଜନଗର ଟାଇକୋଣ୍ଡା ଏକା କଲର ବେଲ୍ଟ ଟେଷ୍ଟ ଓ ୫ମ ବାର୍ଷିକ ଉତ୍ସବ ରବିବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ସମସ୍ତ ଛାତ୍ରୀ ଛାତ୍ର ନଗର ପରିକ୍ରମା ପରେ କଲର ବେଲ୍ଟ ଟେଷ୍ଟ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ରହ୍ମପୁର ଟାଇକୋଣ୍ଡା ଏକା ସମ୍ପାଦକ ସତ୍ୟନାରାୟଣ ତ୍ରିପାଠୀ ଏବଂ ପରୀକ୍ଷକ ଭାବେ ପାରଳାଖେମୁଣ୍ଡି ଟାଇକୋଣ୍ଡା ଏକା କୋଚ କାର୍ତ୍ତିକ ମହାପାତ୍ର ଯୋଗଦେଇଥିଲେ। ୫୦ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏଥିରେ ଭାଗ ନେଇଥିଲେ। ରାତିରେ ଏକ ୫ମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏକା କୋଚ ପ୍ରାଣକୃଷ୍ଣ ଗୌଡଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଓଇଏସ ଲୋପାମୁଦ୍ରା ରଥ, ସମ୍ମାନିତ ଅତିଥିଭାବେ ପାରଳାଖେମୁଣ୍ଡି ଟାଇକୋଣ୍ଡା ଏକା କୋଚ କାର୍ତ୍ତିକ ମହାପାତ୍ର, ବ୍ରହ୍ମପୁର ଟାଇକୋଣ୍ଡା ଏକା ସମ୍ପାଦକ ସତ୍ୟନାରାୟଣ ତ୍ରିପାଠୀ ମଞ୍ଚାସୀନ ରହି ଟାଇକୋଣ୍ଡାରେ ଭବିଷ୍ୟତ ଗଠନ କରିବାର ମାର୍ଗ ପ୍ରଦର୍ଶନ କରିଥିଲେ ଛାତ୍ରୀଛାତ୍ର ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରେ ଅତିଥିମାନଙ୍କ ଦ୍ୱାରା କଲର ବେଲ୍ଟ ଟେଷ୍ଟର ଉତ୍ତିର୍ଣ୍ଣ ଛାତ୍ରୀ ଛାତ୍ର ମାନଙ୍କୁ ବେଲ୍ଟ ପ୍ରଦାନ କରାଯାଇଥିଲା। ଅରକ୍ଷିତ ପରିଚ୍ଛା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଶେଷରେ ଏକା କୋଚ ଗୌଡ ୫ବର୍ଷର ଯାତ୍ରା ସମ୍ପର୍କରେ ବକ୍ତବ୍ୟ ରଖିବା ସହିତ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri