Posted inଜାତୀୟ

ସାଇକେଲରେ ଆସି ପ୍ରାର୍ଥିପତ୍ର ଦାଖଲ କଲେ ଦର୍ଜି, କହିଲେ ବିଧାୟକ ହେଲେ ପ୍ରଥମେ ନିଜର ବିକାଶ କରିବି

ଶେଖପୁରା,୯ ।୧୦: ବିଧାୟକ ହେଲେ ପ୍ରଥମେ ଜନତାଙ୍କ ପାଇଁ କାମ କରିବି । ଏଭଳି କଥା ପ୍ରାୟ ସବୁ ରାଜନେତା ନିର୍ବାଚନ ପୂର୍ବରୁ କହିଥିବା ସମସ୍ତେ ଜାଣନ୍ତି । ହେଲେ ଶେଖପୁରାର ବରବିଘା ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିବା ଜଣେ ଦର୍ଜିଙ୍କ କଥା ଏବେ ଆସିଛି ଚର୍ଚ୍ଚାକୁ । ସାଇକେଲରେ ଆସି ସେ ନିଜର ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ଦର୍ଜି ଜଣଙ୍କ କହିଛନ୍ତି ଯଦି ବିଧାୟକ ହେଲି ତେବେ ପ୍ରଥମେ ନିଜର ବିକାଶ କରିବି ତା’ପରେ ଜନତାଙ୍କ କଥାଚିନ୍ତା କରିବି । ଏହି ଦର୍ଜିଙ୍କ ନାଁ ହେଉଛି ରାଜେନ୍ଦ୍ର ପ୍ରସାଦ । ସେ ପୁରନକାମା ଗାଁର ବାସିନ୍ଦା । ବିହାର ବିଧାନସଭା ନିର୍ବାଚନ ପାଇଁ ଏବେ ପ୍ରାର୍ଥିପତ୍ର ଦାଖଳ ହେଉଥିବା ବେଳେ ସେ ଶୁକ୍ରବାର ସାଇକେଲରେ ଆସି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଆଉ ଖୋଲାଖୋଲି ଭାବେ କହିଛନ୍ତି ସେ ଲୋକତନ୍ତ୍ରକୁ ମଜଭୁତ କରିବାକୁ ନେତା ହେବାକୁ ଚାହୁଁଛନ୍ତି । ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଲୋକେ ନେତା ହେବା ପରେ ଦିଲ୍ଲୀ, ମୁମ୍ବାଇରେ ଫ୍ଲାଟ କିଣୁଛନ୍ତି । ହେଲେ ମୁଁ ଏତେ ବର୍ଷ ହେବ ପରିଶ୍ରମ କରି କିଛି ପାଇ ପାରିନାହିଁ । କେବଳ ଜଣେ ଦର୍ଜି ହୋଇ ରହିଯାଇଛି । ତେଣୁ ବିଧାୟକ ଭାବେ ନିର୍ବାଚିତ ହେଲେ ପ୍ରଥମେ ନିଜର ଓ ମୋ ପରିବାରର ବିକାଶ କରିବି ତା’ପରେ ଯାଇ ଜନତାଙ୍କ କଥା ଚିନ୍ତା କରିବି । ରାଜେନ୍ଦ୍ରଙ୍କ ଏହି କଥା ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri