ତାଇୱାନର ପ୍ରତିରକ୍ଷା ଜୋନ୍‌ରେ ପ୍ରବେଶ କଲା ଚାଇନାର ୩୭ ଯୁଦ୍ଧ ବିମାନ, ୨ ଦେଶ ମଧ୍ୟରେ ବଢିପାରେ ତିକ୍ତତା

ତାଇପେଇ, ୯।୬: ଚାଇନା ପୁଣି ଥରେ ତାଇୱାନର ବାୟୁ ପ୍ରତିରକ୍ଷା ଜୋନ୍‌ରେ ପ୍ରବେଶ କରିବା ନେଇ ୨ ଦେଶ ମଧ୍‌ୟରେ ତିକ୍ତତା ଦେଖାଯାଇଛି। ଗୁରୁବାର ୬ ଘଣ୍ଟା ମଧ୍ୟରେ ୩୦ରୁ ଅଧିକ ଚାଇନାର ଯୁଦ୍ଧ ବିମାନ ତାଇୱାନର ବାୟୁ ପ୍ରତିରକ୍ଷା ଜୋନ୍‌ରେ ପ୍ରବେଶ କରିଛି। ଏନେଇ ତାଇୱାନ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖନୀୟ ବିଷୟ ହେଉଛି, ଚାଇନା ସର୍ବଦା ଦାବି କରେ ଯେ ତାଇୱାନ ହେଉଛି ସେମାନଙ୍କର ଅଞ୍ଚଳ ଏବଂ ଯଦି ଆବଶ୍ୟକ ହୁଏ ତେବେ ସେମାନେ ଏହାକୁ ଗୋଟିଏ ଦିନରେ ନେବେ। ହେଲେ ତାଇୱାନ ଏହାକୁ ଅସ୍ବୀକାର କରେ।

ନିକଟରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନାର ପରିବେଶ ବହୁତ ବୃଦ୍ଧି ପାଇଛି। ଗତ ବର୍ଷ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବା ପରଠାରୁ ଚାଇନା ମଧ୍ୟ ଏହାକୁ କବ୍‌ଜା କରିବା ପାଇଁ ତାଇୱାନ ଉପରେ ଆକ୍ରମଣ କରିପାରେ ବୋଲି ଅନୁମାନ କରାଯାଉଥିଲା। କିନ୍ତୁ ଏ ପର୍ଯ୍ୟନ୍ତ ଏଭଳି ପରିସ୍ଥିତି ଆସିନାହିଁ। କିନ୍ତୁ ଗୋଟିଏ କଥା ସ୍ପଷ୍ଟ ଯେ ବେଜିଂ ଆକ୍ରମଣ ମନବଳରେ ଅଛି। ବାସ୍ତବରେ, ଗତ ବର୍ଷ ତୁଳନାରେ ଚାଇନା ଚଳିତ ବର୍ଷ ଅଧିକ ଆକ୍ରମଣ କରିଛି।

ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟର ମୁଖପାତ୍ର ସନ ଲି-ଫାଙ୍ଗ ଗୁରୁବାର କହିଛନ୍ତି ଯେ, ସ୍ଥାନୀୟ ସୂଚନାନୁସାରେ ସକାଳ ପ୍ରାୟ ୫ଟା ସମୟରେ (୨୧୦୦ ଜିଏମ୍‌ଟି)ରେ ସମୁଦାୟ ୩୭ଟି ଚାଇନା ସାମରିକ ବିମାନ ତାଇୱାନର ଦକ୍ଷିଣ-ପଶ୍ଚିମ ପ୍ରତିରକ୍ଷା ଜୋନ୍‌ରେ ପ୍ରବେଶ କରିଛି। ଏହାପୂର୍ବରୁ ଏପ୍ରିଲ ୯ରେ ପ୍ରାୟ ୪୫ ଟି ଯୁଦ୍ଧ ବିମାନ ତାଇୱାନର ବାୟୁ ପ୍ରତିରକ୍ଷା ଜୋନ୍‌ରେ ପ୍ରବେଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri