ଚାଇନା ଡ୍ରୋନ୍‌କୁ ଘଉଡ଼ାଇଲା ତାଇଓ୍ବାନ

ତାଇପେଇ, ୩୧ା୮: ପ୍ରାୟ ମାସେ ଧରି ମୁହାଁମୁହିଁ ଅବସ୍ଥାରେ ଥିବା ଚାଇନା ଓ ତାଇଓ୍ବାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଆମେରିକା ହାଉସ୍‌ ସ୍ପିକର ନାନ୍ସି ପେଲୋସିଙ୍କ ତାଇପେଇ ଗସ୍ତପରଠୁ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ତାଇଓ୍ବାନ ପ୍ରଣାଳୀରେ ସମରାଭ୍ୟାସ କରିବା ସହ ଆତ୍ମଘୋଷିତ ସ୍ବାଧୀନ ଦ୍ୱୀପରାଷ୍ଟ୍ର ତାଇଓ୍ବାନକୁ ନାଲିଆଖି ଦେଖାଉଛି। ପିଏଲ୍‌ଏ ପକ୍ଷରୁ ସାମରିକ କୌଶଳ ଜାରି ରହିଥିବାବେଳେ ବେଜିଂ ଏହାର ଭୟଙ୍କର ପରିଣତି ଭୋଗିବ ବୋଲି ତାଇଓ୍ବାନ ରାଷ୍ଟ୍ରପତି ସାଇ ଇଙ୍ଗ୍‌-ଓ୍ବେନ୍‌ ଚେତାବନୀ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ତାଇଓ୍ବାନ ସେନା ଚାଇନାର ଡ୍ରୋନ୍‌କୁ ଟାର୍ଗେଟ କରି ଘଉଡ଼ାଇ ଦେଇଛି।
ଆଇଲାଣ୍ଡ୍‌ରେ ଚାଇନାର ଦୁଇଟି ଡ୍ରୋନ୍‌ ଉଡ଼ାଣ କରୁଥିବା ତାଇଓ୍ବାନ ସୈନ୍ୟମାନେ ଦେଖିବାକୁ ପାଇଥିଲେ। ଚାଇନା ଉପକୂଳ ନିକଟବର୍ତ୍ତୀ ତଥା ତାଇଓ୍ବାନ ଦଖଲରେ ଥିବା ଦ୍ୱୀପପୁଞ୍ଜ ଆକାଶରେ ପିଏଲ୍‌ଏ ପକ୍ଷରୁ ଲଗାତର ଏଭଳି ଉତ୍ତେଜନା ସୃଷ୍ଟିକାରୀ କାର୍ଯ୍ୟ କରାଯାଉଥିବାରୁ ସେମାନେ ଦୁଇ ଡ୍ରୋନ୍‌କୁ ଲକ୍ଷ୍ୟ କରି ଗୁଳି କରିଥିଲେ। ଫଳରେ ଡ୍ରୋନ୍‌ ଦ୍ୱୟ ଚାଇନା ଭୂଖଣ୍ଡ ଆଡ଼କୁ ଫେରି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri