ଭାରତ ସହ ବାଣିଜ୍ୟ ଚୁକ୍ତି ପାଇଁ ତାଇଓ୍ବାନ ଆଗ୍ରହୀ…

ନୂଆଦିଲ୍ଲୀ/ତାଇପେ,୯।୧୦ : ଭାରତ ସହିତ ବାଣିଜ୍ୟ ବୃଦ୍ଧି ପାଇଁ ତାଇୱାନ ମଧ୍ୟ ଆଗକୁ ଆସିଛି। ତାଇୱାନ କହିଛି ଯେ ଦୁଇ ଦେଶ ବର୍ତ୍ତମାନ ଯଥାଶୀଘ୍ର ମୁକ୍ତ ବାଣିଜ୍ୟ ଚୁକ୍ତିରେ ଆଗକୁ ବଢ଼ିିବା ଉଚିତ ଏବଂ ଏହାକୁ ଚୂଡ଼ାନ୍ତ ରୂପ ଦେବା ଜରୁରୀ। ତାଇୱାନର ରାଷ୍ଟ୍ରଦୂତ ବୈଶୁଆନ ଗେର କହିଛନ୍ତି ଯେ ମୁକ୍ତ ବାଣିଜ୍ୟ ଚୁକ୍ତି ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗରେ ଥିବା ପ୍ରତିବନ୍ଧକକୁ ଦୂର କରିବ ଏବଂ ଏକ ସ୍ଥାୟୀ ଯୋଗାଣ ଶୃଙ୍ଖଳା ବିକାଶ କରିବ ।

ସେ କହିଛନ୍ତି ଯେ ସୂଚନା ପ୍ରଯୁକ୍ତିବିଦ୍ୟା, ୫ ଜି, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଏବଂ ସେମିକଣ୍ଡକ୍ଟର ଭଳି କ୍ଷେତ୍ରରେ ଭାରତ ଦ୍ରୁତ ଗତିରେ ଅଗ୍ରଗତି କରୁଛି। ଏଭଳି ପରିସ୍ଥିତିରେ ତାଇୱାନ ଭାରତ ସହିତ ନିଜର ଅଭିଜ୍ଞତା ବାଣ୍ଟିବାକୁ ଚାହୁଁଛି। ତାଇୱାନର ଦୂତ କହିଛନ୍ତି ଯେ ତାଇୱାନ ଭାରତ ସମେତ ଅନ୍ୟାନ୍ୟ ସମାନ ଦେଶ ସହିତ ଏଫଟିଏରେ ଆଗକୁ ବଢୁଛି।

ତାଇୱାନର ଏହି ମନ୍ତବ୍ୟ ଏପରି ଏକ ସମୟରେ ଆସିଛି ଯେତେବେଳେ ଚାଇନା ଏହା ଉପରେ ଆକ୍ରମଣାତ୍ମକ ହେବାରେ ଲାଗିଛି। ଦୁଇ ଦେଶ ମଧ୍ୟରେ ଏହି ତିକ୍ତତା ବିଶ୍ୱବ୍ୟାପୀ ଚିନ୍ତାର କାରଣ ହୋଇଛି। ତାଇଓ୍ବାନ ରାଷ୍ଟ୍ରପତି ତାସାଇ ଓ୍ବିଙ୍ଗ ଓ୍ବେନ୍‌ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ନୀତିକୁ ମଧ୍ୟ ବେଶ୍‌ ପସନ୍ଦ କରିଛନ୍ତି।

ତାଇୱାନ ହେଉଛି ସେମିକଣ୍ଡକ୍ଟରର ଏକ ଅଗ୍ରଣୀ ଉତ୍ପାଦକ। ଅନେକ ତାଇୱାନ କମ୍ପାନୀ ମଧ୍ୟ ଭାରତର ୭୬ ହଜାର କୋଟି ଟଙ୍କା ପିଏଲଆଇ ଯୋଜନାରେ ଆଗ୍ରହ ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?