ତାଇଓ୍ବାନରେ ବାଧ୍ୟତାମୂଳକ ସାମରିକ ସେବା ସମୟ ସୀମା ବଢ଼ି ୧ ବର୍ଷ ହେଲା, ଘୋଷଣା କଲେ ସରକାର…

ତାଇପେ,୨୭।୧୨ : ଚାଇନା ପକ୍ଷରୁ ବଢୁୁଥିବା ବିପଦକୁ ଦର୍ଶାଇ ତାଇୱାନ ସରକାର ମଙ୍ଗଳବାର ଦେଶରେ ବାଧ୍ୟତାମୂଳକ ସାମରିକ ସେବା ଚାରି ମାସରୁ ୧ ବର୍ଷକୁ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ରାଷ୍ଟ୍ରପତି ତ୍ସାଇ ଇଙ୍ଗ-ୱେନ ନାଗରିକଙ୍କ ପାଇଁ ୧ ବର୍ଷ ସାମରିକ ତାଲିମକୁ ବାଧ୍ୟତାମୂଳକ କରିଛନ୍ତି।

ଏକ ଗଣମାଧ୍ୟମ ସମ୍ମିଳନୀରେ ସେ କହିଛନ୍ତି ଯେ ତାଇୱାନ ବିରୋଧରେ ଚାଇନାର ଧମକ ଦିନକୁ ଦିନ ଅଧିକ ସ୍ପଷ୍ଟ ହେବାରେ ଲାଗିଛି। କେହି ଯୁଦ୍ଧ ଚାହାଁନ୍ତି ନାହିଁ କିନ୍ତୁ ମୋର ଦେଶବାସୀ, ଆକାଶରୁ ଶାନ୍ତି ଖସି ପଡ଼ିବ ନାହିଁ। ଆମକୁ ଏନେଇ ଉଦ୍ୟମ କରିବା ସହିତ ନିଜର ଶକ୍ତି ବୃଦ୍ଧି କରିବାକୁ ପଡ଼ିବ।

ସେ କହିଛନ୍ତି ଯେ ବର୍ତ୍ତମାନର ଚାରି ମାସର ସାମରିକ ସେବା ବଦଳୁଥିବା ପରିସ୍ଥିତିର ମୁକାବିଲା ପାଇଁ ପର୍ଯ୍ୟାପ୍ତ ନୁହେଁ। ୨୦୨୪ ଠାରୁ ଆମେ ଏକ ବର୍ଷ ସାମରିକ ସେବା ବାଧ୍ୟତାମୂଳକ କରିବାକୁ ନିଷ୍ପତ୍ତି ନେଇଛୁ। ୧ ଜାନୁଆରୀ ୨୦୦୫ ପରେ ଜନ୍ମ ହୋଇଥିବା ପୁଅମାନଙ୍କ ପାଇଁ ବିସ୍ତାରିତ ଆବଶ୍ୟକତା ଲାଗୁ ହେବ।

ଏହାର ପୂର୍ବ ସରକାର ବାଧ୍ୟତାମୂଳକ ସାମରିକ ସେବାକୁ ଏକ ବର୍ଷରୁ ଚାରି ମାସକୁ ହ୍ରାସ କରିଥିଲେ, ମୁଖ୍ୟତଃ ଏକ ସ୍ବେଚ୍ଛାସେବୀ ଶକ୍ତି ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହା ଜାରି କରାଯାଇଥିଲା। କିନ୍ତୁ ନିକଟରେ ହୋଇଥିବା ସର୍ଭେରୁ ଜଣାପଡିଛି ଯେ ତାଇୱାନର ତିନି ଚତୁର୍ଥାଂଶରୁ ଅଧିକ ଲୋକ ବର୍ତ୍ତମାନ ବିଶ୍ୱାସ କରୁଛନ୍ତି ଯେ ଏହା ଅତ୍ୟଧିକ। ସରକାରଙ୍କ ଏଭଳି ନିଷ୍ପତ୍ତି ଠିକ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ଭୁବନେଶ୍ୱର,୨୯।୬: ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ ୪ରେ…

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

ଖେମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri