ଗରିବଙ୍କ ତାଜମହଲର ରୂପରେ ହେବ ପରିବର୍ତ୍ତନ: ପ୍ରତ୍ନତତ୍ତ୍ୱ ବିଭାଗର ନିଷ୍ପତ୍ତି…

ଔରଙ୍ଗାବାଦ,୧୩।୧୧ : ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ ଇଣ୍ଡିଆ (ଏଏସଆଇ)ର ଅଧିକାରୀ କହିଛନ୍ତି ଯେ ଚଳିତ ବର୍ଷ ଶେଷ ସୁଦ୍ଧା ମହାରାଷ୍ଟ୍ରରଔରଙ୍ଗାବାଦ ସହରରେ ଥିବା ୧୭ ଶତାବ୍ଦୀର ସ୍ମାରକୀ ବିବି କା ମକବରାର ନବୀକରଣ କାର୍ଯ୍ୟ ଶେଷ ହେବ। ଏହି ସ୍ମାରକୀ ଦେଖିବାକୁ ବହୁ ପର୍ଯ୍ୟଟକ ଆସିଥାନ୍ତି। ତାଜମହଲ ପରି ଦେଖାଯାଉଥିବା ଏହି ସ୍ମାରକୀକୁ ଗରିବଙ୍କ ତାଜମହଲ ମଧ୍ୟ କୁହାଯାଇଥାଏ।

ଆଗ୍ରାର ତାଜମହଲ ସଦୃଶ ଏହି ସ୍ମାରକୀ ସମ୍ରାଟ ଔରଙ୍ଗଜେବଙ୍କ ପ୍ରଥମ ସ୍ତ୍ରୀ ଦିଲରସ ବାନୋ ବେଗମଙ୍କ ପାଇଁ ଖାମ ନଦୀ ନିକଟରେ ନିର୍ମିତ ହୋଇଥିଲା। ଦିଲରସ ବାନୋ ବେଗମଙ୍କୁ ମରଣୋପରାନ୍ତ ରବିୟା-ଉଦ-ଦୁରାନୀ’ ଉପାଧି ଦିଆଯାଇଥିଲା। ଏଏସଆଇର ଜଣେ ବରିଷ୍ଠ ଅଧିକାରୀ ନ୍ୟୁଜ ଏଜେନ୍ସି ପିଟିଆଇକୁ କହିଛନ୍ତି ଯେ ରବିଆ-ଉଦ-ଦୁରାନୀଙ୍କ ମୁଖ୍ୟ ସମାଧି, ଯାହା ଡେକାନର ତାଜ ନାମରେ ମଧ୍ୟ ଜଣାଶୁଣା, ନୂଆ ବର୍ଷରେ ଏହା ଆଲୋକରେ ଝଲସିବ।

ଏହି ସ୍ମାରକୀ ପ୍ରତିଦିନ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିଥାଏ। ତେଣୁ, ରାତିରେ ଏହାକୁ ଆଲୋକିତ କରିବା ପାଇଁ ଏଏସଆଇ ନିଷ୍ପତ୍ତି ନେଇଛି। ଅଧିକାରୀ କହିଛନ୍ତି ଯେ ଆଲୋକୀକରଣର ପ୍ରାଥମିକ ପରୀକ୍ଷା ହୋଇସାରିଛି। ଅଧିକାରୀ କହିଛନ୍ତି ଯେ ସମାଧିର ଭିତର ଓ ବାହାର ପ୍ଲାଷ୍ଟର କରିବା କାମ ଚାଲିଛି। ଏହା ଚଳିତ ବର୍ଷ ଶେଷ ସୁଦ୍ଧା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri