ସୁନା, ଟଙ୍କା ସହ ନେଇଗଲେ ୨ ବସ୍ତା ଚାଉଳ

କୋକସରା,୧।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବରାଡଙ୍ଗା ଗ୍ରାମ ତିଳ ନାଏକଙ୍କ ଘରେ କଳାକନା ବୁଳାଇଛନ୍ତି ଦୁର୍ବୁତ୍ତ। ଘରେ ଥିବା ୨୦ ଭରି ସୁନାଗହଣା, ନଗଦ ୨ ଲକ୍ଷ ଟଙ୍କା ସହ ୨ ବସ୍ତା ଚାଉଳ ଚୋରି ହୋଇଥିବା ଆମପାଣି ଥାନାରେ ଶୁକ୍ରବାର ଅଭିଯୋଗ ହୋଇଛି। ଅଭିଯୋଗ ପରେ ଆମପାଣି ପୋଲିସ ଅଧିକାରୀ ଚତୁର୍ଭୁଜ ନାଏକଙ୍କ ସହ ଏକ ଟିମ୍‌ ବରାଡଙ୍ଗା ଗାଁରେ ପହଞ୍ଚି ଘଟଣାସ୍ଥଳ ଅନୁଧ୍ୟାନ କରି ପରିବାର ଲୋକଙ୍କ ବୟାନ ରେକର୍ଡ କରିଥିଲେ।

ପରିବାର ଲୋକଙ୍କ କହିବା ଅନୁସାରେ ରାତି ୧୧ଟା ପର୍ଯ୍ୟନ୍ତ ଶୋଇ ନ ଥିଲେ । ହେଲେ ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଘରେ ପଶି ଚୋରି କରିଥିବା କହିଛନ୍ତି।

ତିଳ ନାଏକଙ୍କ ଘରେ ସ୍ତ୍ରୀ ପୁଅ ବୋହୁ ଓ ନାତିଙ୍କ ସହ ୫ ଜଣ ରହୁଛନ୍ତି । ହେଲେ ଚୋରି ସମୟରେ କେହି ଟେରପାଇ ନ ଥିଲେ । ସକାଳୁ ଉଠିବା ପରେ ଘର କବାଟ ଖୋଲା ଥିବା ସହ ଚୋରି ସମ୍ପର୍କରେ ଜାଣି ଆମପାଣି ଥାନାକୁ ଜଣାଇଥିଲେ। ଏନେଇ ଥାନାରେ ଏକ ମାମଲା ୮୨/୨୧ରେ ଏକ ଚୋରି ମାମଲା ରୁଜୁ କରି ତଦନ୍ତ କରୁଥିବା ନେଇ ଆମପାଣି ପୋଲିସ ଅଧିକାରୀ ଚତୁର୍ଭୁଜ ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri