କଳାବଜାର ଉପରେ କଡ଼ା ନଜର

ଭୁବନେଶ୍ୱର, ୬ା୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଦ୍ରୁତ ସଂକ୍ରାମକ ହୋଇଥିବାରୁ ରାଜ୍ୟ ସରକାର ବୁଧବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକ୍‌ଡାଉନ ଲାଗୁ ହେବା ପୂର୍ବରୁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦର ବୃଦ୍ଧି ଘଟିଛି। ଏହି ସମସ୍ୟାକୁ ଗୁରୁତ୍ୱର ସହ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ କଳାବଜାର ଉପରେ କଡ଼ା ନଜର ରଖିଛି। ଅତ୍ୟାବଶ୍ୟକ ସାମଗ୍ରୀର ବେଆଇନ ମହଜୁଦକାରୀ ଓ କଳାବଜାରକାରୀ ବିରୋଧରେ ସରକାର ଶୂନ୍ୟ ସହନଶୀଳ (ଜିରୋ ଟଲେରାନ୍ସ) ନୀତିକୁ ଜୋର ଦେଇଛନ୍ତି। ତଦନୁଯାୟୀ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହିତ ଜିଲା ଯୋଗାଣ ଅଧିକାରୀ ଓ ଅନ୍ୟ କ୍ଷେତ୍ର ଅଧିକାରୀମାନେ ନିଜେ ବୁଲି ବେଆଇନ୍‌ ମହଜୁଦକାରୀ ଏବଂ କଳାବଜାରକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି ା
ମନ୍ତ୍ରୀଙ୍କ ସୂଚନା ଅନୁସାରେ, ରାଜ୍ୟରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ରହିଛି। ବର୍ତ୍ତମାନ ରାଜ୍ୟରେ ଚାଉଳ, ଡାଲି ଓ ଗହମଜାତୀୟ ଦ୍ରବ୍ୟ ଯଥା- ଅଟା, ମଇଦା, ସୁଜି ଏବଂ ଖାଇବା ତେଲ, ଆଳୁ, ପିଆଜ, ଚିନି ଇତ୍ୟାଦି ଖାଉଟି ସାମଗ୍ରୀ ଚାହିଦାଠାରୁ ଅଧିକ ରହିଛି। ରାଜ୍ୟରେ ୧୪ ଦିନିଆ ଲକ୍‌ଡାଉନ୍‌ ଲାଗୁ ହୋଇଥିଲେ ମଧ୍ୟ ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ପରିବା, କ୍ଷୀର ଓ ମାଛମାଂସ ଦୋକାନ ସକାଳ ୬ଟାରୁ ଅପରାହ୍ନ ୧୨ଟା ଯାଏ ଖୋଲା ରହୁଛି। ଏହାସହ ଅତ୍ୟାବ୍ୟଶକ ସାମଗ୍ରୀର ଆମଦାନୀ ଓ ପରିବହନରେ କୌଣସି କଟକଣା ନାହିଁ। ତେଣୁ ଜନସାଧାରଣ କେବଳ ନିଜର ଆବଶ୍ୟକତା ଅନୁଯାୟୀ ଖାଉଟି ସାମଗ୍ରୀ କିଣିବା ନିମନ୍ତେ ମନ୍ତ୍ରୀ ସ୍ବାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଭୟଭୀତ ହୋଇ ଅଯଥାରେ ଅଧିକ ପରିମାଣରେ ସାମଗ୍ରୀ କିଣି ମହଜୁଦ ନ ରଖିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟବସାୟୀମାନେ ମଧ୍ୟ ସାମଗ୍ରୀର ଚାହିଦା ଅନୁଯାୟୀ ଆମଦାନୀ କରୁଛନ୍ତି। ଯୋଗାଣ ବିଭାଗ କର୍ମଚାରୀମାନେ ଏହାର ତଦାରଖ କରି ଦୈନନ୍ଦିନ ରିପୋର୍ଟ ସରକାରଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ତେଣୁ ଜନସାଧାରଣ କୌଣସି ଗୁଜବରେ ବିଶ୍ୱାସ ନ କରି ନିଜର ଆବଶ୍ୟକତା ଅନୁଯାୟୀ ସାମଗ୍ରୀ କିଣାକିଣି କରିବା ସହିତ କଳାବଜାର ରୋକିବା ପାଇଁ ସରକାରଙ୍କୁ ସହଯୋଗ କରନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ…

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri