ରେଭ୍‌ ପାର୍ଟି ଉପରେ କଡ଼ା ନଜର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ପାର୍ବଣ ଭିଡ଼ ଓ ସଂକ୍ରମଣ ଏଡ଼ାଇବା ପାଇଁ ଗତବର୍ଷ ଭଳି ଚଳିତ ବର୍ଷ କଟକଣା ମଧ୍ୟରେ ଦୁର୍ଗାପୂଜା ପାଳନ ହେବ। ତେବେ ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱରରେ ଶାନ୍ତିଶୃଙ୍ଖଳା ରକ୍ଷା ସହ ପୂଜା କଟକଣାକୁ କଡ଼ାକଡ଼ି କରିବ କମିଶନରେଟ ପୋଲିସ। ଏଥିପାଇଁ ପୋଲିସ ପୂରା ସଜାଗ ରହିଥିବାବେଳେ ଆସନ୍ତା ୧୧ ତାରିଖରୁ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ରାତି ୮ରୁ ସକାଳ ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ। ଏହି ସମୟରେ ଦୋକାନ ବଜାର, ମଲ୍‌, ବାର୍‌ ଆଦି ବନ୍ଦ ରହିବ। ବିଶେଷକରି ବିଭିନ୍ନ ବାର୍‌ ଓ ହୋଟେଲରେ ଚାଲୁଥିବା ରେଭ୍‌ ପାର୍ଟି ଉପରେ କଡ଼ା ନଜର ରହିବ। ଯେଉଁମାନେ ଆଇନକୁ ହାତକୁ ନେବେ ଓ ଅମାନ୍ୟ କରିବେ ସେମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି।

ଶନିବାର ପୋଲିସ ସେବା ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ କମିଶନର ପ୍ରିୟଦର୍ଶୀ କହିଛନ୍ତି, ସମସ୍ତ ଜୀବନ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ତେଣୁ ଜୀବନ ଆଗ ପାର୍ବଣ ପଛ। ପୂଜା ମଣ୍ଡପ ଚାରିପଟେ କପଡା ଢଙ୍କାଯିବା ସହ ୭ ଜଣରୁ ଅଧିକ ଲୋକ ପୂଜା ମଣ୍ଡପରେ ନ ରହିବାକୁ ସରକାରଙ୍କ ନିର୍ଦ୍ଦେଶ ରହିଛି। ସେହିପରି ପୂଜା ମଣ୍ଡପ ଭିତରେ ଆଲୋକ ସଜ୍ଜାରେ କୌଣସି କଟକଣା ରହିନାହିଁ। ମାତ୍ର ପୂଜା ମଣ୍ଡପ ବାହାରେ କୌଣସି ଆଲୋକ ତୋରଣ ସଜାଯିବ ନାହିଁ କି ଡାକବାଜି ଯନ୍ତ୍ର ବଜେଇ ପାରିବେ ନାହିଁ। ଏଥିସହ ପୂଜା ପରେ ଭସାଣି ନେଇ କୌଣସି ପ୍ରସେଶନ କରାଯିବ ନାହିଁ। କୋଭିଡ୍‌ କଟକଣା ଭିତରେ ଭସାଣି କିପରି ସୁରୁଖୁରୁରେ କରାଯିବ ସେ ନେଇ ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେବ। ଅତୀତରେ ଆମେ ଟୁଇନ୍‌ ସିଟିବାସୀ ଯେପରି ଭାବେ କୋଭିଡ୍‌ କଟକଣା ଓ ନାଇଟ କର୍ଫ୍ୟୁକୁ ପାଳନ କରୁଥିଲେ, ଚଳିତଥର ସମାନ ଭାବେ କଡାକଡି ପାଳନ କରିବା। ଏହାର ଏକମାତ୍ର ଲକ୍ଷ୍ୟ ହେଉଛି କୋଭିଡ୍‌ ମହାମାରୀର ପ୍ରକୋପକୁ କିପରି ହ୍ରାସ କରିବା। ଏବେବି ଅନେକ ସ୍ଥାନରେ କୋଭିଡ୍‌ ମାମଲା ଦେଖିବାକୁ ମିଳୁଛି। ତେଣୁ ଟୁଇନ୍‌ ସିଟିବାସୀ ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେବାକୁ କମିଶନର ପ୍ରିୟଦର୍ଶୀ ଅନୁରୋଧ କରିଛନ୍ତି। ହେଲେ ଯେଉଁମାନେ ଅମାନିଆ ହେବେ, ରେଭ୍‌ ପାର୍ଟିରେ ଆଇନ ଉଲ୍ଲଂଘନ ହେଉ ବା ଦାଦାବଟି ଆଦାୟ ସହ ଆପରାଧିକ କାର୍ଯ୍ୟରେ ସଂପୃକ୍ତ ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପୂର୍ବରୁ ମଧ୍ୟ ବହୁ ଉଲ୍ଲଂଘନକାର ବନ୍ଧା ହୋଇଛନ୍ତି। ଆଗକୁ ଆବଶ୍ୟକ ପଡ଼ିଲେ ଗିରଫ କରାଯିବ ବୋଲି ପୋଲିସ କମିଶନର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri