ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ଉପରେ ନଜର

ଭୁବନେଶ୍ୱର,୧୭ା୬(ବ୍ୟୁରୋ):ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଗୁଲ୍‌ ବାଜିସାରିଛି। ଏଥିପାଇଁ କେନ୍ଦ୍ରରେ ଭାଜପା ପରିଚାଳିତ ଏନ୍‌ଡିଏ ଏବଂ ବିରୋଧୀ ଶିବିର ଚଳଚଞ୍ଚଳ ହୋଇଉଠିଛି। ରାଷ୍ଟ୍ରପତି ନିର୍ବାଚନରେ ଜିତିବା ପାଇଁ ଭାଜପା ପାଖରେ ଆବଶ୍ୟକ ଭୋଟ ସଂଖ୍ୟା ନାହିଁ। ତେଣୁ ଭାଜପା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମନାଇବାକୁ ଦଳର ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି। ବୁଧବାର ଭାଜପାର ବରିଷ୍ଠ ନେତା ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ଅନ୍ୟ ପକ୍ଷରେ ଚଳିତ ମାସ ତୃତୀୟ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଉପରେ ସମସ୍ତଙ୍କ ନଜର ରହିଛି। ତେବେ ଉକ୍ତ ଗସ୍ତ ଅବସରରେ ମୋଦି ପାରାଦୀପ-ହରିଦାସପୁର ରେଳପଥ ପ୍ରକଳ୍ପର ଲୋକାର୍ପଣ କରିବେ। ମୋଦିଙ୍କ ଗସ୍ତ ସମ୍ଭାବନା ରହିଥିଲେ ମଧ୍ୟ କେବେ ଆସିବେ ସେ ନେଇ ଚୂଡ଼ାନ୍ତ କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇନାହିଁ। ତେବେ ଓଡ଼ିଶା ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସହ ନବୀନ ପଟ୍ଟନାୟକଙ୍କ ସାକ୍ଷାତ ହେବାର ସମ୍ଭାବନା ରହିଛି। ଏହି ଅବସରରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ନେଇ ଆଲେଚାନା କରିପାରନ୍ତି। ୨୦୧୭ ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଏନଡିଏ ପ୍ରାର୍ଥୀ ରାମନାଥ କୋବିନ୍ଦଙ୍କୁ ସମର୍ଥନ କରିଥିଲା। ଆସନ୍ତା ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri