ଓ୍ବାର୍‌ ରୁମ୍‌ କରି ବିଭିନ୍ନ ଯୋଜନାର ତଥ୍ୟ ନିଅ

ଭୁବନେଶ୍ୱର, ୨୧ା୩(ସୁନିତ୍‌ ମିଶ୍ର)ପୁରୀ ଏବଂ କେନ୍ଦ୍ରାପଡ଼ା ଲୋକ ସଭା ଆସନ ଓ ଏହାର ଅନ୍ତର୍ଗତ ବିଧାନସଭା କ୍ଷେତ୍ର ନେଇ ନିକଟରେ ବିଜେଡି ଶୀର୍ଷ ନେତୃତ୍ୱ ନବୀନ ନିବାସରେ ସମୀକ୍ଷା କରିଥିବା ବେଳେ ବୁଧବାର ଆଉ ୨ ଲୋକ ସଭା ଆସନ ଅନ୍ତର୍ଗତ ନେତାଙ୍କ ସହ ଦଳ ବୈଠକ କରିଛି। ଲୋକ ସଭା ଆସନ ଓ୍ବାରି ଦଳ ପକ୍ଷରୁ ସମୀକ୍ଷା କରାଯାଉଛି। ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜେଡିରେ ଏଭଳି ଢଙ୍ଗରେ କସରତ ଜାରି ରହିଛି। ବୁଧବାର କୋରାପୁଟ ଓ ନବରଙ୍ଗପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହାର ଅନ୍ତର୍ଗତ ବିଧାନସଭା କ୍ଷେତ୍ରଗୁଡ଼ିକରେ ଦଳର ସାଙ୍ଗଠନିକ ସ୍ଥିତି ବିଷୟରେ ଆଲୋଚନା କରାଯାଇଛି।
ଅନୁଯାୟୀ, ବୁଧବାର ପୂର୍ବାହ୍ନରେ ପ୍ରଥମେ କୋରାପୁଟ ଏବଂ ଅପରାହ୍ନରେ ନବରଙ୍ଗପୁର ଲୋକ ସଭା ଆସନ ଏବଂ ଏହା ଅଧୀନରେ ଥିବା ବିଧାନସଭା କ୍ଷେତ୍ରଗୁଡିକ ସମ୍ପର୍କରେ ସମୀକ୍ଷା କରାଯାଇଛି। ବିଜେଡିକୁ କିଭଳି ଆସନ୍ତା ନିର୍ବାଚନରେ ଅଧିକ ସଫଳତା ମିଳିବ, ସେନେଇ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଏହାସହ ସବୁ ବିଧାନସଭା କ୍ଷେତ୍ରଓ୍ବାରି ଦଳ ତରଫରୁ ଓ୍ବାର୍‌ ରୁମ୍‌ ପ୍ରସ୍ତୁତ କରି ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ନିଜ ନିର୍ବାଚନମଣ୍ଡଳୀ ଲୋକଙ୍କୁ ଟେଲିଫୋନ କରି କଥା ହେବାକୁ କୁହାଯାଇଛି। ଏହାସହ କେଉଁମାନେ କେଉଁ ଯୋଜନା ପାଇଛନ୍ତି, କେଉଁମାନେ କିଛି ପାଇବାରୁ ବଞ୍ଚିତ ଅଛନ୍ତି ଆସନ୍ତା ୧୫ ଦିନ ମଧ୍ୟରେ ତା’ର ତାଲିକା ପ୍ରସ୍ତୁତ କରିବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି। ଏହାସହ କେଉଁ ଆସନରେ ଯଦି କିଛି ନେତାମାନଙ୍କ ମଧ୍ୟରେ ମତଭେଦ ରହିଛି ତାକୁ ମଧ୍ୟ ଏହି ଅବସରରେ ଦୂରକରିବାକୁ ଚେଷ୍ଟା କରାଯାଉଛି। ଏହି ନିର୍ବାଚନମଣ୍ଡଳୀଗୁଡିକରେ ସାମ୍ପ୍ରତିକ ସ୍ଥିତି ଦଳର କିଭଳି ରହିଛି ଏବଂ ଆଗକୁ ରଣନୀତି କ’ଣ ରହିବ, ତାହା ଉପରେ ବିସ୍ତୃତ ଆଲୋଚନା କରାଯାଇଛି। ତୁରନ୍ତ ନିର୍ବାଚନମଣ୍ଡଳୀକୁ ଯାଇ ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୦୧୯ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନରେ କଂଗ୍ରେସ ବିଜୟୀ ହୋଇଥିଲା। ଏଥର ବିଜେଡି କିପରି ସେଠାରେ ଭଲ ପ୍ରଦର୍ଶନ କରିବ, ସେନେଇ ମାନସମନ୍ଥନ ହୋଇଛି। ସେହିପରି ନବରଙ୍ଗପୁର ସଂସଦୀୟ କ୍ଷେତ୍ରରେ ଦଳର ରଣନୀତି ବିଷୟରେ ଆଲୋଚନା ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, କୋରାପୁଟ ଓ ନବରଙ୍ଗପୁର ଜିଲା ପର୍ଯ୍ୟବେକ୍ଷକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri