କଟ୍‌ନୀ ହେଲେ କାର୍ଯ୍ୟାନୁଷ୍ଠାନ

ପଦ୍ମପୁର, ୨୬ା୫(ଡି.ଏନ.ଏ.): ରବିରତୁରେ ବରଗଡ଼ ଜିଲା ପଦ୍ମପୁର ଆରଏମସି ତତ୍ତ୍ୱାବଧାନରେ ୬ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ମେ ୧୨ରୁ ମଣ୍ଡି ଖୋଲି ୨ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ହୋଇ ସାରିଲାଣି। ପୂର୍ବ ବର୍ଷ ପରି ବସ୍ତା ସମସ୍ୟା ଏବଂ କଟନୀ ଛଟନୀ ଫଳରେ ଚାଷୀ ମାନେ ମଣ୍ଡିରେ ଧାନ ବିକ୍ରି କରିବା ପାଇଁ ନିରୁତ୍ସାହିତ ହେଉଥିଲେ। ରାଜ ବୋଡାସମ୍ବର କୃଷକ ସଙ୍ଗଠନ ଏହି ସମସ୍ୟାର ସମାଧାନ ପାଇଁ ପ୍ରଶାସନକୁ ଲିଖିତ ଅନୁରୋଧ କରିଥିଲେ। ସଂଗଠନ ଅନୁରୋଧକ୍ରମେ ଜିଲାପାଳଙ୍କ ନିର୍ଦ୍ଦେଶରେ ଗୁରୁବାର ପଦ୍ମପୁର ଉପଜିଲାପାଳଙ୍କ ସମ୍ମିଳନୀ ପ୍ରକୋଷ୍ଠରେ ପ୍ରଶାସନ, ମିଲର୍ସ ଏବଂ ରାଜବୋଡାସମ୍ବର କୃଷକ ସଙ୍ଗଠନ ପ୍ରତିନିଧିଙ୍କ ମଧ୍ୟରେ ତ୍ରିପାକ୍ଷିକ ଆଲୋଚନା ହୋଇଥିଲା। ପ୍ରଶାସନ ସମ୍ମୁଖରେ କୃଷକ ସଙ୍ଗଠନ କ୍ୱାଲିଟି ନାଁରେ ୨ରୁ ୫ କେଜି କଟନୀ କରିବା ଏବଂ ବସ୍ତା ଚାଷୀଙ୍କୁ ନ ଫେରାଇବା ଅଭିଯୋଗ ରଖିଥିଲା। ପ୍ରଶାସନ ପକ୍ଷରୁ ମିଲର୍ସମାନଙ୍କୁ ଧାନ କିଣା କେନ୍ଦ୍ରରେ ବସ୍ତା ରଖିବା ଏବଂ ଧାନ ବିକ୍ରି ପରେ ଚାଷୀଙ୍କୁ ବସ୍ତା ଫେରସ୍ତ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସଫା ଏବଂ ଶୁଖିଲା ଧାନ ମଣ୍ଡିକୁ ଆଣିବା ପାଇଁ ଚାଷୀମାନଙ୍କୁ କୁହାଯାଇଛି। ଯଦି କୌଣସି ମଣ୍ଡି ରେ ଏଫଏକ୍ୟୁ ଧାନ କଟନୀ କରାଯାଏ ତୁରନ୍ତ ଲିଖିତ ଅଭିଯୋଗ କରିବାକୁ ଉପଜିଲାପାଳ ପ୍ରକାଶ କରିଥିଲେ। ଆଲୋଚନା ସକରାତ୍ମକ ହୋଇଥିବା କୃଷକ ସଂଗଠନ ପକ୍ଷରୁ କୁହାଯାଇଛି। ଉପଜିଲାପାଳ ସଦକର କୁମ୍ଭାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ପଦ୍ମପୁର ଏଆରସିଏସ୍‌, ଯୋଗାଣ ବିଭାଗ ଅଧିକାରୀ, ପଦ୍ମପୁର ମଣ୍ଡି କର୍ମଚାରୀ, ରାଇସ୍‌ ମିଲ୍‌ ପ୍ରତିନିଧି ଉପସ୍ଥିତ ଥିଲେ। ରାଜବୋଡାସମ୍ବର କୃଷକ ସଙ୍ଗଠନ ତରଫରୁ ବାଞ୍ଛାନିଧି ନାୟକ, ଅଶୋକ ସାହୁ, ଅଜିତ ଶତପଥୀ, ପଞ୍ଚାନନ ସାହୁ, ରୋହିତ ପଧାନ, ପ୍ରମୋଦ ରାୟ, ଅରବିନ୍ଦ ପଣ୍ଡା, ସରୋଜ ସାହୁ, ଲିଙ୍ଗରାଜ ପଧାନ, ପ୍ରଭାତ ସାହୁଙ୍କ ସହିତ ମାଧୋ ସିଂ ଆଞ୍ଚଳିକ କୃଷକ ସଙ୍ଗଠନ ସୋହେଲା ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?