‘ଇସ୍ପାତ ଉତ୍ପାଦନରେ ପିଏଲ୍‌ଆଇ ଯୋଜନାର ଲାଭ ଉଠାନ୍ତୁ ଶିଳ୍ପ ସମୂହ’

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଇସ୍ପାତ କ୍ଷେତ୍ର ପାଇଁ ଉତ୍ପାଦନଭିତ୍ତିକ ପ୍ରୋତ୍ସାହନ ଯୋଜନା(ପିଏଲ୍‌ଆଇ) କେନ୍ଦ୍ର ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିଲା। ସ୍ବଦେଶୀ ଉତ୍ପାଦନ ବୃଦ୍ଧି ପାଇଁ ଅଣାଯାଇଥିବା ଏହି ପ୍ରମୁଖ ସଂସ୍କାରର ସମ୍ପୂର୍ଣ୍ଣ ଲାଭ ଉଠାଇବାକୁ ଶିଳ୍ପ ସମୂହଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିମନ୍ତ୍ରଣ କରିଛନ୍ତି ା ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଟାଲ୍ସ(ଆଇଆଇଏମ୍‌)ର ୭୪ତମ ବାର୍ଷିକ ବୈଷୟିକ ବୈଠକରେ ଭିଡିଓ କନଫରେନ୍ସ ଜରିଆରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି, ଧାତବ ପଦାର୍ଥ ଏବଂ ଖଣି କ୍ଷେତ୍ର ଆତ୍ମନିର୍ଭର ଭାରତ ନିର୍ମାଣରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବ। ଅଭିବୃଦ୍ଧିର କ୍ଷେତ୍ର ଧାତବ ପଦାର୍ଥ ଏବଂ ଖଣିର ଅପାର କ୍ଷମତା ରହିଥିବା ବେଳେ ଏହା ଅର୍ଥନୀତିକୁ ମଧ୍ୟ ବିକାଶ କରିବାରେ ସହାୟକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ଗଣତନ୍ତ୍ରର ମନ୍ଦିରରେ ସମ୍ପତ୍ତିି ସୃଷ୍ଟି ଉପରେ ଗୁରୁତ୍ୱ ଦେବା କଥା କହିଛନ୍ତି। ଯଦି ଶିଳ୍ପ ସମୂହ, ସରକାର ଏବଂ ଶିକ୍ଷାନୁଷ୍ଠାନଗୁଡ଼ିକ ସମାଜ ଓ ଦେଶର ଉନ୍ନତି ପାଇଁ ମିଳିତ ଭାବେ କାର୍ଯ୍ୟ କରିବେ ତେବେ ଆମେ ନିଶ୍ଚିତଭାବେ ଆତ୍ମନିର୍ଭର ଭାରତର ଦୂରଦୃଷ୍ଟିକୁ ଠିକ୍‌ରେ ଅନୁଧ୍ୟାନ କରିପାରିବା। ଦେଶରେ ଥିବା ପ୍ରାକୃତିକ ସମ୍ପଦର ଅଧିକାରୀ ଏଠାକାର ନାଗରିକ। ତେଣୁ ଏହି ପ୍ରାକୃତିକ ସମ୍ପଦର ଆବଣ୍ଟନ ପାଇଁ ସ୍ବଚ୍ଛ ଓ ମେକାନିଜମ୍‌ ଆଧାରକୁ ଆମେ ଗ୍ରହଣ କରିଛୁ ା ଚଳିତ ବଜେଟରେ ଭବିଷ୍ୟତ ପାଇଁ ଭିତ୍ତିଭୂମି ସୃଷ୍ଟି ନିମନ୍ତେ ପ୍ରାଧାନ୍ୟ ଦିଆଯାଇଥିବାରୁ ଇସ୍ପାତର ଚାହିଦା ବୃଦ୍ଧି ପାଇବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri