ଅନାଥ, ଅବହେଳିତ ଶିଶୁଙ୍କ ଯତ୍ନ ନିଅ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଅନାଥ, ଅବହେଳିତ ଏବଂ ଯେଉଁ ପିଲାମାନଙ୍କ ମାତାପିତା କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଚିକିତ୍ସିତ ହେଉଛନ୍ତି, ସେହି ପିଲାମାନଙ୍କ ଉପଯୁକ୍ତ ଯତ୍ନ ନେବା ଲାଗି ରାଜ୍ୟ ସରକାର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତରେ ସୋମବାର ସମନ୍ବିତ ଶିଶୁ ବିକାଶ ଯୋଜନା(ଆଇସିଡିଏସ୍‌) ଏବଂ ସାମାଜିକ ମଙ୍ଗଳ ବିଭାଗ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରଓ୍ବାଲ ଏ ନେଇ ଚିଠି ଲେଖିଛନ୍ତି। ପ୍ରତ୍ୟେକ ଜିଲାରେ ଅତିକମ୍‌ରେ ଗୋଟିଏ ଶିଶୁ ଯତ୍ନ ପ୍ରତିଷ୍ଠାନ ଚିହ୍ନଟ କରିବା ଲାଗି ଜିଲାପାଳମାନଙ୍କୁ କୁହାଯାଇଛି। କୋଭିଡ-୧୯ ମହାମାରୀ ସମୟରେ ଅବହେଳିତ ଶିଶୁମାନଙ୍କ ପ୍ରାଥମିକତାଭିତ୍ତିରେ ଯତ୍ନ ନେବା ଲାଗି ପରାମର୍ଶ ଦିଆଯାଇଛି। ସିସିସି କିମ୍ବା ସଙ୍ଗରୋଧରେ ଥିବା ମାତାପିତାଙ୍କ ଫେରିବା ପର୍ଯ୍ୟନ୍ତ ଚିହ୍ନଟ ଶିଶୁ ଯତ୍ନ ପ୍ରତିଷ୍ଠାନରେ ଥିବା ପିଲାଙ୍କ ଅନ୍ତରୀଣ ଉପଯୁକ୍ତ ଯତ୍ନ ନେବା ପାଇଁ କୁହାଯାଇଛି। ଏଥିସହିତ ସମସ୍ତ ଚିକିତ୍ସାଳୟ ଏବଂ ଜିଲାରେ ଥିବା ସିସିସିରେ ପିଲାମାନଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲ ଓ ସିସିସିରେ ଶିଶୁ ଯତ୍ନ ପ୍ରତିଷ୍ଠାନ ଏବଂ ଚାଇଲ୍ଡଲାଇନ୍‌ ନଂ.୧୦୯୮କୁ ଉପଯୁକ୍ତ ଭାବେ ପ୍ରଦର୍ଶନ କରିବା ପାଇଁ କୁହାଯାଇଛି। ଶିଶୁ ଯତ୍ନ ଅନୁଷ୍ଠାନଗୁଡ଼ିକୁ ପ୍ରାଥମିକତାଭିତ୍ତିରେ ଅକ୍ସିମିଟର, ମୋବାଇଲ ଫୋନ୍‌ ଏବଂ ଥର୍ମାଲ୍‌ ସ୍କାନର ଯୋଗାଇ ଦେବାକୁ ଜିଲା ଶିଶୁ ସୁରକ୍ଷା ଅଧିକାରୀ(ଡିସିପିଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri