କଠୋର ହେବ କରୋନା ଗାଇଡ୍‌ଲାଇନ୍‌; ୧୦ ଦିନିଆ ସ୍ବତନ୍ତ୍ର ଡ୍ରାଇଭ୍‌ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ଛତିଶଗଡ ସୀମାକୁ ଲାଗିଥିବା ଜିଲାଗୁଡିକରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବଢିବାରେ ଲାଗିଛି। କୋଭିଡ୍‌ ପଜିଟିଭ୍‌ ମାମଲା ବଢୁଥିବା ପଶ୍ଚିମ ଓଡିଶା ଜିଲାଗୁଡିକୁ ନିୟମିତ ପରିଦର୍ଶନ କରି ତୃଣମୂଳ ସ୍ତରରେ ସ୍ଥିତିକୁ ଦେଖି ଜରୁରୀ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟsକ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ରାଜ୍ୟର କୋଭିଡ୍‌ ପରିସ୍ଥିତିର ସମୀକ୍ଷା କରିଛନ୍ତି। ଦ୍ରୁତ କରୋନା ସଂକ୍ରମଣର ମୁକାବିଲା କରିବାକୁ ତୁରନ୍ତ ଅଧିକ ସଂଖ୍ୟାରେ ଡାକ୍ତର, ସ୍ବାସ୍ଥ୍ୟ କର୍ମୀ ଓ ଲାବ ଟେକ୍ନିସିଆନମାନଙ୍କୁ ପଶ୍ଚିମ ଓଡିଶା ଜିଲାଗୁଡିକୁ ପଠାଇବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲରେ ସିଟ୍‌ ସଂଖ୍ୟା ବଢାଇବା ସହ ଅଧିକ ସଂଖ୍ୟାରେ ଅକ୍ସିଜେନ ଥିବା ଆମ୍ବୁଲାନ୍ସ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାଛଡା କୋଭିଡ୍‌ ନିୟମକୁ କଡାକଡି ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। କୋଭିଡ ନିୟମକୁ କଡାକଡି ପାଳନ କରିବା ପାଇଁ ସମଗ୍ର ରାଜ୍ୟରେ ୧୦ ଦିନିଆ ସ୍ପେଶାଲ ଡ୍ରାଇଭ ପାଇଁ ପୋଲିସ ମହାନିର୍ଦ୍ଦେଶକ(ଡିଜିପି)ଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଆମେ କରୋନାର ଦ୍ୱିତୀୟ ଲହରକୁ ଗୁରୁତର ସହ ନେବୁ ନାହିଁ ତେବେ ଏହା ଆମ ପାଇଁ ଘାତକ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି।

ରାଜ୍ୟରେ କୋଭିଡ-୧୯ ସଂକ୍ରମଣ ବେଳକୁ ବେଳ ବଢି ଚାଲିଛି। ସମଗ୍ର ବିଶ୍ୱ କୋଭିଡ ଭୂତାଣୁ ସହ ଲଢେଇ ଜାରି ରଖିଛନ୍ତିି। ଆମ ଦେଶର କେତେକ ରାଜ୍ୟରେ କରୋନା ସଂକ୍ରମଣ ବଢି ଚାଲିଛି। ଗତ କିଛି ସପ୍ତାହ ହେବ ଓଡିଶାରେ ମଧ୍ୟ ଏହି ମହାମାରୀ ପୁଣି କାୟା ବିସ୍ତାର କରିବା ଆରମ୍ଭ କରିଛି। କୋଭିଡର ପ୍ରଥମ ପର୍ଯ୍ୟାୟ ସଂକ୍ରମଣକୁ ଆମେ ସଫଳତାର ସହ ନିୟନ୍ତ୍ରଣ କରି ପାରିଛୁ। କୋଭିଡ ବିରୁଦ୍ଧରେ ଆମେ ଆମର ଯୁଦ୍ଧକୁ ଆହୁରି ଜୋରଦାର କରିବା । ଏହାଦ୍ୱାରା ଭୂତାଣୁର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣକୁ ସଫଳତାର ସହ ମୁକାବିଲା କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri