କଠୋର ହେବ କରୋନା ଗାଇଡ୍‌ଲାଇନ୍‌; ୧୦ ଦିନିଆ ସ୍ବତନ୍ତ୍ର ଡ୍ରାଇଭ୍‌ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ଛତିଶଗଡ ସୀମାକୁ ଲାଗିଥିବା ଜିଲାଗୁଡିକରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବଢିବାରେ ଲାଗିଛି। କୋଭିଡ୍‌ ପଜିଟିଭ୍‌ ମାମଲା ବଢୁଥିବା ପଶ୍ଚିମ ଓଡିଶା ଜିଲାଗୁଡିକୁ ନିୟମିତ ପରିଦର୍ଶନ କରି ତୃଣମୂଳ ସ୍ତରରେ ସ୍ଥିତିକୁ ଦେଖି ଜରୁରୀ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟsକ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ରାଜ୍ୟର କୋଭିଡ୍‌ ପରିସ୍ଥିତିର ସମୀକ୍ଷା କରିଛନ୍ତି। ଦ୍ରୁତ କରୋନା ସଂକ୍ରମଣର ମୁକାବିଲା କରିବାକୁ ତୁରନ୍ତ ଅଧିକ ସଂଖ୍ୟାରେ ଡାକ୍ତର, ସ୍ବାସ୍ଥ୍ୟ କର୍ମୀ ଓ ଲାବ ଟେକ୍ନିସିଆନମାନଙ୍କୁ ପଶ୍ଚିମ ଓଡିଶା ଜିଲାଗୁଡିକୁ ପଠାଇବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲରେ ସିଟ୍‌ ସଂଖ୍ୟା ବଢାଇବା ସହ ଅଧିକ ସଂଖ୍ୟାରେ ଅକ୍ସିଜେନ ଥିବା ଆମ୍ବୁଲାନ୍ସ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାଛଡା କୋଭିଡ୍‌ ନିୟମକୁ କଡାକଡି ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। କୋଭିଡ ନିୟମକୁ କଡାକଡି ପାଳନ କରିବା ପାଇଁ ସମଗ୍ର ରାଜ୍ୟରେ ୧୦ ଦିନିଆ ସ୍ପେଶାଲ ଡ୍ରାଇଭ ପାଇଁ ପୋଲିସ ମହାନିର୍ଦ୍ଦେଶକ(ଡିଜିପି)ଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଆମେ କରୋନାର ଦ୍ୱିତୀୟ ଲହରକୁ ଗୁରୁତର ସହ ନେବୁ ନାହିଁ ତେବେ ଏହା ଆମ ପାଇଁ ଘାତକ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି।

ରାଜ୍ୟରେ କୋଭିଡ-୧୯ ସଂକ୍ରମଣ ବେଳକୁ ବେଳ ବଢି ଚାଲିଛି। ସମଗ୍ର ବିଶ୍ୱ କୋଭିଡ ଭୂତାଣୁ ସହ ଲଢେଇ ଜାରି ରଖିଛନ୍ତିି। ଆମ ଦେଶର କେତେକ ରାଜ୍ୟରେ କରୋନା ସଂକ୍ରମଣ ବଢି ଚାଲିଛି। ଗତ କିଛି ସପ୍ତାହ ହେବ ଓଡିଶାରେ ମଧ୍ୟ ଏହି ମହାମାରୀ ପୁଣି କାୟା ବିସ୍ତାର କରିବା ଆରମ୍ଭ କରିଛି। କୋଭିଡର ପ୍ରଥମ ପର୍ଯ୍ୟାୟ ସଂକ୍ରମଣକୁ ଆମେ ସଫଳତାର ସହ ନିୟନ୍ତ୍ରଣ କରି ପାରିଛୁ। କୋଭିଡ ବିରୁଦ୍ଧରେ ଆମେ ଆମର ଯୁଦ୍ଧକୁ ଆହୁରି ଜୋରଦାର କରିବା । ଏହାଦ୍ୱାରା ଭୂତାଣୁର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣକୁ ସଫଳତାର ସହ ମୁକାବିଲା କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?