‘ତୁରନ୍ତ ପଦକ୍ଷେପ ନିଅ’

ଭୁବନେଶ୍ୱର,(ବ୍ୟୁରୋ):  ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିମିଳିପାଳ କେବଳ ଓଡ଼ିଶା ବା ଭାରତର ନୁହେଁ, ଏହା ସମଗ୍ର ବିଶ୍ୱର ଏକ ଅମୂଲ୍ୟ ସମ୍ପଦ। ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ତୁରନ୍ତ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଶିମିଳିପାଳର ବର୍ତ୍ତମାନର ପରିସ୍ଥିତି ସମ୍ପର୍କରେ ସୂଚନା ଦେଇ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ
ମୋନା ଶର୍ମା କହିଛନ୍ତି, ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ରହିଛି। ଏଥିରେ କୌଣସି ଜୀବନ ହାନି ଘଟି ନାହିଁ। ବଡ଼ ବଡ଼ ଗଛଗୁଡ଼ିକର କିଛି ବି କ୍ଷତି ହୋଇନାହିଁ। ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଏସ୍‌ଓପି ଜାରି କରାଯାଇଛି। ଫାୟାର ଆଲର୍ଟ ସମ୍ପର୍କରେ ପ୍ରତି ସନ୍ଧ୍ୟାରେ ରାଜ୍ୟ ସରକାରଙ୍କୁ ଓ ଜିଲାପାଳଙ୍କୁ ଅବଗତ କରିବା ପାଇଁ ଡିଏଫ୍‌ଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଶର୍ମା କହିଛନ୍ତି। ପିସିସିଏଫ୍‌(ବନ୍ୟପ୍ରାଣୀ) ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି ଏବଂ ପରିସ୍ଥିତି ଉପରେ ନଜର ରଖିଥିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦିଆଯାଇଛି। ଏହି ବୈଠକରେ ୫-ଟି ସଚିବ ଭି. କେ. ପାଣ୍ଡିଆନ, ପିସିସିଏଫ୍‌(ବନ୍ୟପ୍ରାଣୀ) ଏବଂ ଜଙ୍ଗଲ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri