‘ତୁରନ୍ତ ପଦକ୍ଷେପ ନିଅ’

ଭୁବନେଶ୍ୱର,(ବ୍ୟୁରୋ):  ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିମିଳିପାଳ କେବଳ ଓଡ଼ିଶା ବା ଭାରତର ନୁହେଁ, ଏହା ସମଗ୍ର ବିଶ୍ୱର ଏକ ଅମୂଲ୍ୟ ସମ୍ପଦ। ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ତୁରନ୍ତ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଶିମିଳିପାଳର ବର୍ତ୍ତମାନର ପରିସ୍ଥିତି ସମ୍ପର୍କରେ ସୂଚନା ଦେଇ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ
ମୋନା ଶର୍ମା କହିଛନ୍ତି, ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ରହିଛି। ଏଥିରେ କୌଣସି ଜୀବନ ହାନି ଘଟି ନାହିଁ। ବଡ଼ ବଡ଼ ଗଛଗୁଡ଼ିକର କିଛି ବି କ୍ଷତି ହୋଇନାହିଁ। ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଏସ୍‌ଓପି ଜାରି କରାଯାଇଛି। ଫାୟାର ଆଲର୍ଟ ସମ୍ପର୍କରେ ପ୍ରତି ସନ୍ଧ୍ୟାରେ ରାଜ୍ୟ ସରକାରଙ୍କୁ ଓ ଜିଲାପାଳଙ୍କୁ ଅବଗତ କରିବା ପାଇଁ ଡିଏଫ୍‌ଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଶର୍ମା କହିଛନ୍ତି। ପିସିସିଏଫ୍‌(ବନ୍ୟପ୍ରାଣୀ) ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି ଏବଂ ପରିସ୍ଥିତି ଉପରେ ନଜର ରଖିଥିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦିଆଯାଇଛି। ଏହି ବୈଠକରେ ୫-ଟି ସଚିବ ଭି. କେ. ପାଣ୍ଡିଆନ, ପିସିସିଏଫ୍‌(ବନ୍ୟପ୍ରାଣୀ) ଏବଂ ଜଙ୍ଗଲ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri