ହକି ଖେଳ ପ୍ରତି ଆଗ୍ରହ ବଢ଼ାଅ

ବାଲିକୁଦା,୩୦।୮(ସ୍ବ.ପ୍ର.):ବାଲିକୁଦାସ୍ଥିତ ବୋରିକିନା ଉଚ୍ଚ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀଜାତୀୟ କ୍ରୀଡ଼ାଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ପାରୁଳ ପଟୁଓ୍ବାରୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ହାଇସ୍କୁଲ ପରିସରରେ ନିର୍ମିତ ମୋ ସ୍କୁଲ ହକି କ୍ଲବର ନୂତନ ଗୃହକୁ ଉଦ୍‌ଘାଟନ କରିଥିଲେ ା ହକି କିମ୍ବଦନ୍ତୀ ସ୍ବର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ବାର୍ଷିକ ଉପଲକ୍ଷେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପିଲାମାନଙ୍କୁ ହକି ସରଞ୍ଜାମ ବଣ୍ଟନ କରାଯାଇଥିଲା। ହକି ଖେଳ ପ୍ରତି ଆଗ୍ରହ ସୃଷ୍ଟି କରିବା ସକାଶେ ସବୁ ପ୍ରକାର ତାଲିମ ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଥିଲା। ଜିଲା କ୍ରୀଡ଼ା ଅଧିକାରିଣୀ ବିଶ୍ୱବିଜୟିନୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର ଅଂଶୁମାନ ଶତପଥୀ, ଜିଲା ସୂଚନା ଲୋକ ସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ଜିଲା ଶିକ୍ଷାଧିକାରୀ ନିରଞ୍ଜନ ବେହେରା, ଜିଲା ବିଜ୍ଞାନ ପରିଦର୍ଶକ ଜୀବନ କୁମାର ସାହୁ, ବୋରିକିନା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ କୁଷୁମାଞ୍ଜଳି ଦାସ, ଆଇନଜୀବୀ ବୀରନାରାୟଣ ପାତ୍ର, ନେହେରୁ ଯୁବ କେନ୍ଦ୍ର ଜିଲା ସଂଯୋଜକ ନିଖିଲ କୋକୁଲ, ପବିତ୍ର ମୋହନ ସୁବୁଦ୍ଧି, ହକି ସଙ୍ଗଠନ ସଦସ୍ୟା ସୁଷମା ପ୍ରଧାନ, ଖେଳ ଶିକ୍ଷକ ଅନ୍ନଦା ପ୍ରସାଦ ରାଉତ ପ୍ରମୁଖ ଯୋଗଦେଇ ଏହି ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ ା ଜିଲାପାଳ ପଟୁୱାରୀ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏଥିରେ ବୋରିକିନା ସମିତିସଭ୍ୟ ସମରେନ୍‌ ରାୟ, ଯୁବ ସଙ୍ଗଠକ ସମୀର ପରିଡ଼ା, ସୁଶାନ୍ତନାୟକ, ବିଇଓ ବାଇଧର ତ୍ରିପାଠୀ, ଏବିଇଓ ଶରତ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri