‘ବିଳମ୍ବ ହେଲେ ବି ଦ୍ୱିତୀୟ ଡୋଜ୍‌ ନିଅ’

ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ଉପର ତଳ ହେଉଛି। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସତର୍କତା ବଲମ୍ବନ କରୁଛନ୍ତି। ଟିକାକରଣକୁ ସରକାର ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଲୋକେ ସଚେତନ ନ ହୋଇ ଦ୍ୱିତୀୟ ଡୋଜ୍‌ ଟିକା ନେବା ପାଇଁ ଆସୁ ନାହାନ୍ତି। ବିଳମ୍ବ ହେଲେ ବି ଦ୍ୱିତୀୟ ଡୋଜ୍‌ ଟିକା ନେବା ଜରୁରୀ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି। ରାଜ୍ୟରେ ଟିକାକରଣକୁ ନେଇ ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୩ କୋଟି ୨୧ ଡୋଜ୍‌ ଟିକାକରଣ ହୋଇଛି। ପ୍ରଥମ ଡୋଜ୍‌ ୨ କୋଟି ୩୦ ଲକ୍ଷ ଏବଂ ଦ୍ୱିତୀୟ ଡୋଜ୍‌ ୯୧ ଲକ୍ଷ ଟିକାକରଣ କରାଯାଇଛି। ଯେଉଁମାନଙ୍କର ଦ୍ୱିତୀୟ ଡୋଜ୍‌ ଟିକା ନେବାର ସମୟ ହୋଇଛି ସେମାନଙ୍କ ମଧ୍ୟରୁ ୮୦ ପ୍ରତିଶତ ଟିକା ନେଇଛନ୍ତି। ଅବଶିଷ୍ଟ ୨୦ ପ୍ରତିଶତ ଲୋକଙ୍କୁ କିପରି ଦିଆଯିବ ତାହା ଉପରେ ଗୁରୁତ୍ୱ ଦିଆଯାଇଛି। ସ୍ବାସ୍ଥ୍ୟ କର୍ମୀ, ଆଶା, ଅଙ୍ଗନବାଡ଼ି କର୍ମୀଙ୍କ ସହାୟତାରେ ଟୀକାକରଣ ପାଇଁ ପ୍ରୟାସ କରାଯାଉଛି। ୧୫ ଦିନ ପୂର୍ବରୁ ୩୩ ଲକ୍ଷ ଲୋକ ଦ୍ୱିତୀୟ ଡୋଜ୍‌ ନେବାକୁ ଥିବା ବେଳେ ଏବେ ୨୧ ଲକ୍ଷ ଲୋକ ଅଛନ୍ତି। ବର୍ତ୍ତମାନ ୨୩ ଲକ୍ଷ ଡୋଜ୍‌ ଟିକା ମହଜୁଦ ଅଛି। ଦୈନିକ ୪ ଲକ୍ଷ ଟିକାକରଣ ପାଇଁ ଟାର୍ଗେଟ ରହିଛି। ଡିସେମ୍ବର ସୁଦ୍ଧା ସମସ୍ତଙ୍କୁ ପ୍ରଥମ ଡୋଜ୍‌ ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri