ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ନିଯୁକ୍ତି ପାଇଁ ପଦକ୍ଷେପ ନିଅ: ହାଇକୋର୍ଟ

କଟକ ଅଫିସ,୧୫।୧: କୋଭିଡ୍‌ ମହାମାରୀ ସମୟରେ ଅସ୍ଥାୟୀ ନିଯୁକ୍ତି ପାଇଥିବା ଏବଂ ରାଜ୍ୟରେ ଥିବା ଅନ୍ୟ ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ଜାରି ଗାଇଡ୍‌ଲାଇନ ଅନୁଯାୟୀ ନିଯୁକ୍ତି ଦେବା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାକୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିଖିଳ ଓଡ଼ିଶା ଅଣନିଯୁକ୍ତ ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘର ସଭାପତି ବିଷ୍ଣୁପ୍ରିୟା ସିଂହଙ୍କ ପକ୍ଷରୁ ଏନେଇ ଆଗତ ଏକ ଆବେଦନର ଶୁଣାଣି କରି ବିଚାରପତି ବିଶ୍ୱନାଥ ରଥ ଏହି ଆଦେଶ ଦେଇଛନ୍ତି। ଆସନ୍ତା ଦେଢ଼ ମାସ ମଧ୍ୟରେ ରାଜ୍ୟରେ ଥିବା ବିଭିନ୍ନ ସବ୍‌ସେଣ୍ଟର, ପିଏଚ୍‌ସି, ସିଏଚ୍‌ସି, ଜିଲା ସବ୍‌ ସେଣ୍ଟର ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ତାଲିମପ୍ରାପ୍ତ ମହିଳା ସ୍ବସ୍ଥ୍ୟ କର୍ମୀଙ୍କୁ ନିଯୁକ୍ତି ସମ୍ପର୍କରେ ଉଚିତ ପଦକ୍ଷେପ ନେବାକୁ କୋର୍ଟ ସ୍ପଷ୍ଟ କରିଛନ୍ତି। ଆବେନକାରୀଙ୍କ ପକ୍ଷରୁ ଆଇନଜୀବୀ ସୁକାନ୍ତ ନାୟକ, ଖଗେଶ୍ୱର ବେହେରା ଓ ନୀହାରିକା ଦାସ ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।
ସୂଚନାଯୋଗ୍ୟ ଯେ, ୨୦୨୦ କରୋନା ମହାମାରୀ ସମୟରେ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୨,୨୪୬ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୬,୪୭୦ ଏଏନ୍‌ଏମ୍‌ଙ୍କୁ ଅସ୍ଥାୟୀ ନିଯୁକ୍ତି ଦେଇଥିଲେ। ସଂକ୍ରମଣର ଭୟାବହତାକୁ ଖାତିର ନ କରି ନିଜ ଜୀବନକୁ ବାଜି ଲଗେଇ ସ୍ବାସ୍ଥ୍ୟକର୍ମୀମାନେ ରୋଗୀଙ୍କ ସ୍ବାବ ସଂଗ୍ରହ, ଟ୍ରାକିଂ ଓ ଅନ୍ୟାନ୍ୟ ସେବା ଯୋଗାଇ ଦେଇଥିଲେ। ହଠାତ ସମସ୍ତଙ୍କୁ ଚାକିରିରୁ ବାହାର କରିଦେବା ଦ୍ୱାରା ପ୍ରାୟ ୯ ହଜାର ସ୍ବାସ୍ଥ୍ୟ କର୍ମୀ ରୋଜଗାର ହରାଇ ଅତ୍ୟନ୍ତ ମାନସିକ ନିର୍ଯାତନା ଭୋଗୁଛନ୍ତି। ସ୍ଥାୟୀ ନିଯୁକ୍ତି ଦାବି କରି ନିଖିଳ ଓଡ଼ିଶା ଅଣନିଯୁକ୍ତ ତାମିଲପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ବାରମ୍ବାର ରାଜ୍ୟ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଉପମୁଖ୍ୟ ଶାସନ ସଚିବ ପ୍ରମୁଖଙ୍କୁ ଦାବିପତ୍ର ଦେଇଥିଲେ। ମାତ୍ର ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ସଂଘ ସଭାପତି ଓଡିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri