ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ନିଯୁକ୍ତି ପାଇଁ ପଦକ୍ଷେପ ନିଅ: ହାଇକୋର୍ଟ

କଟକ ଅଫିସ,୧୫।୧: କୋଭିଡ୍‌ ମହାମାରୀ ସମୟରେ ଅସ୍ଥାୟୀ ନିଯୁକ୍ତି ପାଇଥିବା ଏବଂ ରାଜ୍ୟରେ ଥିବା ଅନ୍ୟ ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ଜାରି ଗାଇଡ୍‌ଲାଇନ ଅନୁଯାୟୀ ନିଯୁକ୍ତି ଦେବା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାକୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିଖିଳ ଓଡ଼ିଶା ଅଣନିଯୁକ୍ତ ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘର ସଭାପତି ବିଷ୍ଣୁପ୍ରିୟା ସିଂହଙ୍କ ପକ୍ଷରୁ ଏନେଇ ଆଗତ ଏକ ଆବେଦନର ଶୁଣାଣି କରି ବିଚାରପତି ବିଶ୍ୱନାଥ ରଥ ଏହି ଆଦେଶ ଦେଇଛନ୍ତି। ଆସନ୍ତା ଦେଢ଼ ମାସ ମଧ୍ୟରେ ରାଜ୍ୟରେ ଥିବା ବିଭିନ୍ନ ସବ୍‌ସେଣ୍ଟର, ପିଏଚ୍‌ସି, ସିଏଚ୍‌ସି, ଜିଲା ସବ୍‌ ସେଣ୍ଟର ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ତାଲିମପ୍ରାପ୍ତ ମହିଳା ସ୍ବସ୍ଥ୍ୟ କର୍ମୀଙ୍କୁ ନିଯୁକ୍ତି ସମ୍ପର୍କରେ ଉଚିତ ପଦକ୍ଷେପ ନେବାକୁ କୋର୍ଟ ସ୍ପଷ୍ଟ କରିଛନ୍ତି। ଆବେନକାରୀଙ୍କ ପକ୍ଷରୁ ଆଇନଜୀବୀ ସୁକାନ୍ତ ନାୟକ, ଖଗେଶ୍ୱର ବେହେରା ଓ ନୀହାରିକା ଦାସ ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।
ସୂଚନାଯୋଗ୍ୟ ଯେ, ୨୦୨୦ କରୋନା ମହାମାରୀ ସମୟରେ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୨,୨୪୬ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୬,୪୭୦ ଏଏନ୍‌ଏମ୍‌ଙ୍କୁ ଅସ୍ଥାୟୀ ନିଯୁକ୍ତି ଦେଇଥିଲେ। ସଂକ୍ରମଣର ଭୟାବହତାକୁ ଖାତିର ନ କରି ନିଜ ଜୀବନକୁ ବାଜି ଲଗେଇ ସ୍ବାସ୍ଥ୍ୟକର୍ମୀମାନେ ରୋଗୀଙ୍କ ସ୍ବାବ ସଂଗ୍ରହ, ଟ୍ରାକିଂ ଓ ଅନ୍ୟାନ୍ୟ ସେବା ଯୋଗାଇ ଦେଇଥିଲେ। ହଠାତ ସମସ୍ତଙ୍କୁ ଚାକିରିରୁ ବାହାର କରିଦେବା ଦ୍ୱାରା ପ୍ରାୟ ୯ ହଜାର ସ୍ବାସ୍ଥ୍ୟ କର୍ମୀ ରୋଜଗାର ହରାଇ ଅତ୍ୟନ୍ତ ମାନସିକ ନିର୍ଯାତନା ଭୋଗୁଛନ୍ତି। ସ୍ଥାୟୀ ନିଯୁକ୍ତି ଦାବି କରି ନିଖିଳ ଓଡ଼ିଶା ଅଣନିଯୁକ୍ତ ତାମିଲପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ବାରମ୍ବାର ରାଜ୍ୟ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଉପମୁଖ୍ୟ ଶାସନ ସଚିବ ପ୍ରମୁଖଙ୍କୁ ଦାବିପତ୍ର ଦେଇଥିଲେ। ମାତ୍ର ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ସଂଘ ସଭାପତି ଓଡିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri