ଶିକ୍ଷକତାକୁ ସଂକଳ୍ପ ଭାବେ ଗ୍ରହଣ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨।୮(ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୬,୮୯୧ଜଣ ହାଇସ୍କୁଲ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। ଏହି ନବନିଯୁକ୍ତ ଶିକ୍ଷକଙ୍କ ପାଇଁ ସୋମବାର କଳିଙ୍ଗ ହକି ଷ୍ଟାଡିୟମ୍‌ଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଶିକ୍ଷକଙ୍କୁ ଉଦ୍‌ବୋଧନ ଦେଇ କହିଲେ, ଆପଣମାନେ ସମସ୍ତେ ଯୁବ ଓ ବହୁତ ଉତ୍ସାହୀ। ତେଣୁ ଶିକ୍ଷକତାକୁ ଏକ ଚାକିରି ଭାବରେ ଗ୍ରହଣ ନ କରି ଏହାକୁ ଏକ ସଂକଳ୍ପ ଭାବେ ନେଇ କାମ କରନ୍ତୁ। ମୋର ବିଶ୍ବାସ, ମୋ ଓଡ଼ିଶାର ପିଲାମାନଙ୍କ ଭବିଷ୍ୟତକୁ ଉଜ୍ଜ୍ୱଳ କରିବାରେ ଆପଣମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ। ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଜାରି ରହିଛି। ଗତ ୩ ବର୍ଷ ମଧ୍ୟରେ ୧୪ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ଶିକ୍ଷକତା ପରି ଏକ ମହାନ୍‌ ବୃତ୍ତିରେ ଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ଶିକ୍ଷକମାନେ ହେଉଛନ୍ତି ରାଷ୍ଟ୍ରନିର୍ମାତା। ଜାତିର ଗୌରବ। ଦେଶର ଭବିଷ୍ୟତ ପିଢ଼ିକୁ ଗଢ଼ିବାର ପବିତ୍ର ଦାୟିତ୍ୱ ଆପଣମାନଙ୍କ ଉପରେ। ଶିକ୍ଷା ହିଁ କେବଳ ଗୋଟିଏ ବ୍ୟକ୍ତି ବା ପରିବାର ବା ସମାଜ ନୁହେଁ, ଶିକ୍ଷା ଗୋଟିଏ ଜାତିର ଭାଗ୍ୟ ପରିବର୍ତ୍ତନ କରିଦିଏ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସ୍କୁଲ ରୂପାନ୍ତର ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ, ଏ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ୪ହଜାର ସ୍କୁଲର ରୂପାନ୍ତର କାମ ସରିଲାଣି। ୨୦୨୩ ଡିସେମ୍ବର ସୁଦ୍ଧା ଆଉ ୪,୮୦୦ ସ୍କୁଲ ରୂପାନ୍ତର କରାଯିବ। ସ୍କୁଲ ରୂପାନ୍ତର ପିଲାଙ୍କ ଭିତରେ ନୂଆ ଉତ୍ସାହ ଆଣିଛି। ସେହି ଉତ୍ସାହକୁ ଜୀବନର ସଫଳତାରେ ରୂପାନ୍ତର କରିବା ଭଳି ଗୁରୁଦାୟିତ୍ୱ ନେବାକୁ ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ଏବଂ ଜଳସମ୍ପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ପ୍ରମୁଖ ଯୋଗଦେଇ କହିଲେ, ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ପିଲାଙ୍କ ପାଇଁ ନୂଆ ସୁଯୋଗ ଓ ଶିକ୍ଷା କ୍ଷେତ୍ରରେ ଏହା ଏକ ନୂତନ ପରିଚୟ ସୃଷ୍ଟି କରିଛି। ଛାତ୍ରୀଛାତ୍ରଙ୍କ ଭବିଷ୍ୟତର ରୂପାନ୍ତର ପାଇଁ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏ ଗୁରୁଦାୟିତ୍ୱକୁ ନୂତନ ଶିକ୍ଷୟିତ୍ରୀ ଶିକ୍ଷକମାନେ ତୁଲାଇବେ ବୋଲି ସେମାନେ ଆଶାପ୍ରକାଶ କରିଥିଲେ। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ କରାଯାଇଛି ବୋଲି କହିଥିଲେ। ପିଲାଙ୍କ ସୃଜନଶୀଳ ପ୍ରତିଭାର ବିକାଶ ଉପରେ ଗୁରୁତ୍ୱ ଦେବାକୁ ସେ ପରାମର୍ଶ ଦେଇଥିଲେ। ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଧନ୍ୟବାଦ ଅର୍ପଣ କରି କହିଲେ, ସ୍କୁଲ ରୂପାନ୍ତର ଯୋଗୁ ରାଜ୍ୟର ଶିକ୍ଷା ବ୍ୟବସ୍ଥା ବିଶ୍ବସ୍ତରୀୟ ହୋଇପାରିଛି। କାର୍ଯ୍ୟକ୍ରମରେ ୩ଜଣ ଶିକ୍ଷକ ପବିତ୍ର କର, ପ୍ରମିତା ପଟ୍ଟନାୟକ ଓ ଜୟଶ୍ରୀ ପାଢ଼ୀ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri