Posted inଜାତୀୟ

ବିବାଦ ସମାଧାନରେ ଅଗ୍ରଣୀ ଭୂମିକା ନିଅ

ନୂଆଦିଲ୍ଲୀ,୭ା୯: ଗୋଦାବରୀ ନଦୀରେ ପୋଲାଭରମ ଜଳସେଚନ ପ୍ରକଳ୍ପ ନିର୍ମାଣକୁ ନେଇ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା ଓ ଛତିଶଗଡ଼ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହାର ସମାଧାନରେ ଅଗ୍ରଣୀ ଭୂମିକା ନେବା ଲାଗି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆନ୍ଧ୍ର ସରକାର ନିର୍ମାଣ କରୁଥିବା ପୋଲାଭରମ ପ୍ରକଳ୍ପ ଯୋଗୁ ପରିବେଶଗତ ସମସ୍ୟା ସୃଷ୍ଟି ହେବାକୁ ଥିବାରୁ କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ଏଥିପାଇଁ ସମ୍ପୃକ୍ତ ରାଜ୍ୟଗୁଡ଼ିକର ଉଚ୍ଚ ପଦାଧିକାରୀମାନଙ୍କ ବୈଠକ ଡାକି ସମାଧାନର ସୂତ୍ର ବାହାର କରିବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି। ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ପାଣ୍ଠି ଯୋଗାଇଛନ୍ତି। ତେଣୁ ସମସ୍ତ ସମ୍ପୃକ୍ତ ରାଜ୍ୟର ମୁଖ୍ୟ ସଚିବଙ୍କ ବୈଠକ ଡାକି କେନ୍ଦ୍ର ସମାଧାନ ସୂତ୍ର ବାହାର କରିବା ଆବଶ୍ୟକ। ସେଥିରେ କୌଣସି ମତପାର୍ଥକ୍ୟ ରହିଲେ ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ ଡକାଯାଇ ସମାଧାନ କରାଯାଇପାରେ ବୋଲି ଜଷ୍ଟିସ୍‌ ସଞ୍ଜୟ କିଷନ କୌଲ, ଅଭୟ ଏସ୍‌. ଓକା ଏବଂ ବିକ୍ରମ ନାଥଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରସ୍ତାବ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୭କୁ ଧାର୍ଯ୍ୟ ହୋଇଛି।
ଓଡ଼ିଶା ପକ୍ଷରୁ ବରିଷ୍ଠ ଆଇନଜୀବୀ ଗୋପାଳ ସୁବ୍ରମଣ୍ୟମ୍‌ କୋର୍ଟଙ୍କୁ କହିଥିଲେ, ବୈଧ ପରିବେଶ ମଞ୍ଜୁରୀ ବିନା ପୋଲାଭରମ୍‌ ପ୍ରକଳ୍ପ ନିର୍ମାଣ ହେଉଥିବାରୁ ଏହା କାର୍ଯ୍ୟକାରୀ ହେଲେ ଓଡ଼ିଶାର ବହୁ ଅଞ୍ଚଳ ଜଳମଗ୍ନ ହେବ। ନିକଟରେ ଓଡ଼ିଶାର ଅନେକ ଅଞ୍ଚଳରେ ବନ୍ୟା ଦେଖାଦେଇଛି। ବଚାଓ୍ବତ ଟ୍ରିବ୍ୟୁନାଲ ସୁପାରିସ୍‌ର ଉଲ୍ଲଂଘନ କରାଯାଇ ପ୍ରକଳ୍ପ ନିର୍ମାଣ କରାଯାଉଥିବା ସୁବ୍ରମଣ୍ୟମ କହିଥିଲେ। ଓଡ଼ିଶାର ଅନେକ ଅଞ୍ଚଳକୁ ବୁଡ଼ିରୁ ରକ୍ଷା କରିବାକୁ ହେଲେ ଗୋଦାବରୀ ନଦୀରେ ପ୍ରକଳ୍ପର ଉପର ମୁଣ୍ଡରେ ଦୁଇଟି ବ୍ୟାରେଜ୍‌ ନିର୍ମାଣ ହେବା ଆବଶ୍ୟକ ବୋଲି ସେ ଯୁକ୍ତି ଦର୍ଶାଇଥିଲେ। ପୋଲାଭରମ ପ୍ରକଳ୍ପର ଜଳଧାରଣ କ୍ଷମତା ୩୬ ଲକ୍ଷରୁ ୫୦ ଲକ୍ଷ କ୍ୟୁସେକ୍‌କୁ ବୃଦ୍ଧି କରାଯାଇଥିବାରୁ ତେଲଙ୍ଗାନା ପକ୍ଷର ଓକିଲ ଏହାକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ପ୍ରକଳ୍ପ ଯୋଗୁ ତେଲଙ୍ଗାନାର ବିଭିନ୍ନ ଅଞ୍ଚଳରେ ନିକଟରେ ବନ୍ୟା ହୋଇଥିବା ସେ କହିଥିଲେ। ଅନ୍ୟପକ୍ଷରେ ଜନଶୁଣାଣି ଆୟୋଜନ ନିମନ୍ତେ ଓଡ଼ିଶା ସରକାର ସହଯୋଗ କରୁ ନ ଥିବା ଆନ୍ଧ୍ରପ୍ରଦେଶ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?