‘ପ୍ରଗତି ପଥେ ଆଗେଇ ନିଅ’

ଅନୁଗୋଳ ଅଫିସ,୨ ।୪ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ସଭାପତି ବବିତା ପ୍ରଧାନ ଯୋଗଦେଇ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମଲ୍ୟାର୍ପଣ କରିଥିଲେ। ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନକୁ ଫଳ ବଣ୍ଟନ କରିବା ସହ ରକ୍ତଦାନ ଶିବରକୁ ଉଦ୍‌ଘାଟନ କରିଥିଲେ। ଅପରାହ୍ନରେ ଜିଲା ପରିଷଦ ସମ୍ମିଳନୀ ଗୃହରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ସଭାପତି ପ୍ରଧାନ ଯୋଗଦେଇ ବରପୁତ୍ରମାନଙ୍କ ସ୍ମୃତିଚାରଣ କରିବା ସହ ଜିଲାକୁ ପ୍ରଗତି ପଥରେ ଆଗେଇ ନେବାକୁ ଆହ୍ବାନ ଦେଇଥିଲେ। ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ସମ୍ମାନିତ ବକ୍ତା ଭାବେ ଡ. କୁଳମଣି ନାୟକ, ଅନୁଗୋଳ ପୌରାଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ, ଅତିରିକ୍ତ ଜିଲାପାଳ(ସାଧାରଣ) ରଜନୀକାନ୍ତ ସ୍ବାଇଁ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ କୁମାର ସାହୁ ଉପସ୍ଥିତ ଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦୁଃଖବନ୍ଧୁ ମାଝି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସକାଳେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଓ ମଧୁବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri