ନୂଆବର୍ଷ କେମିତି ହେବ ସୁଖମୟ: ଅବଲମ୍ବନ କରନ୍ତୁ ଏପରି ଉପାୟ…

ହାତଗଣତି ଆଉ କେତୋଟି ଦିନ ପରେ ଆମେ ସମସ୍ତେ ସ୍ବାଗତ କରିବା ନୂଆବର୍ଷ ୨୦୨୨କୁ। ନୂତନବର୍ଷଟି କିପରି ମଙ୍ଗଳମୟ ହେବ ସେଥିପାଇଁ ସଭିଙ୍କ ମନରେ ରହିଥାଏ ବହୁ ଆଶା ଓ ଆକାଂକ୍ଷା। ତେବେ ବାସ୍ତୁଶାସ୍ତ୍ର ଅନୁଯାୟୀ, କେଉଁ କେଉଁ ଉପାୟ ଅବଲମ୍ବନ କଲେ ନୂଆବର୍ଷଟି ସୁଖମୟ ହୋଇଥାଏ, ଆସନ୍ତୁ ଜାଣିବା ସେ ସମ୍ପର୍କରେ…

*ଭଗବାନ ଗଣେଶଙ୍କୁ ବିଘ୍ନନାଶକ ବୋଲି କୁହାଯାଇଥାଏ। ତେଣୁ ନୂଆବର୍ଷ ଅବସରରେ ଘରକୁ ପ୍ରଭୁ ଗଣେଶଙ୍କର ନୂତନ ମୂର୍ତ୍ତିଟିଏ ଆଣି ପୂଜାର୍ଚ୍ଚନା କଲେ ବର୍ଷସାରା ଗୃହରେ ସୁଖଶାନ୍ତି ବଜାୟ ରହିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

*ନଡ଼ିଆକୁ ଯେହେତୁ ଶ୍ରୀଫଳ ବୋଲି କୁହାଯାଇଥାଏ, ତେଣୁ ନଡ଼ିଆ ଭାଙ୍ଗି ନୂତନ ବର୍ଷକୁ ସ୍ବାଗତ କଲେ ସବୁକିଛି ଶୁଭ ହୋଇଥାଏ ବୋଲି ବିଶ୍ୱାସ ରହିଛି।

*ଟଙ୍କାର ଅଭାବ ଦେଖାଯାଉଥିଲେ, ନୂଆବର୍ଷ ଦିନ ଘରକୁ ମୟୂରପୁଚ୍ଛଟିଏ କିଣିଆଣନ୍ତୁ। ଆଉ ଶ୍ରୀ କୃଷ୍ଣଙ୍କର ନାମ ନେଇ ମୟୂରପୁଚ୍ଛ କିଣିଲେ ଘରେ ଧନର ଅଭାବ ରହେନାହିଁ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି।

*ନୂଆବର୍ଷରେ ଘରେ ମନିପ୍ଲାଣ୍ଟ ଗଛ ଲଗାଇବା ବି ଶୁଭ ହୋଇଥାଏ।

*ଲାଫିଙ୍ଗ୍‌ ବୁଦ୍ଧଙ୍କୁ ସମୃଦ୍ଧିର ପ୍ରତୀକଭାବେ ଗ୍ରହଣ କରାଯାଏ। କିନ୍ତୁ ଏହାକୁ ନିଜେ ନ କିଣି ବରଂ କାହାଠାରୁ ଗିଫ୍ଟ ଆକାରରେ ପାଇଲେ ଶୁଭଫଳ ମିଳିଥାଏ।

*ନୂଆବର୍ଷରେ ପ୍ରଭୁ ହନୁମାନଙ୍କର ପ୍ରତିମାକୁ ଘରର ମୁଖ୍ୟଦ୍ୱାରରେ ସ୍ଥାପନା କଲେ, ଘର ମଧ୍ୟକୁ କୌଣସି ନକାରାତ୍ମକ ଊର୍ଜା ପ୍ରବେଶ କରି ପାରି ନ ଥାଏ। ପ୍ରଭୁ ସଙ୍କଟମୋଚନ ଘର ପ୍ରତି ଆସୁଥିବା ସବୁ ବିପଦକୁ ଖଣ୍ଡନ କରି ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri