ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ଅଫିସ ସମ୍ମୁଖରେ ସିପିଆଇର ଧାରଣା

ସୁନ୍ଦରଗଡ଼,୧୨ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ସମସ୍ତ ଖଣି ଖାଦାନ ଓ ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ବେକାର ଯୁବତୀ ଯୁବକଙ୍କୁ ନିଯୁକ୍ତି, ଜିଲା ଖଣିଜ ପାଣ୍ଠିର ସଦ୍‌ ବିନିଯୋଗ, ଧାନମଣ୍ଡିରେ କଟ୍‌ନି ଛଟ୍‌ନି ବନ୍ଦ ଆଦି ଦାବି ନେଇ ବୁଧବାର ସିପିଆଇ ପକ୍ଷରୁ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ଡିଆରଡିଏ ଛକଠାରେ ଗଣଧାରଣା ଦିଆଯାଇଥିଲା। ଏଥିରେ ସିପିଆଇ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ତଥା ଏଆଇଟିୟୁସି ରାଜ୍ୟ ସଭାପତି ଅଶୋକ କୁମାର ଦାଶ,ସିପିଆଇ ଜିଲା ସମ୍ପାଦକ ପ୍ରଦୋଷ ମହାନ୍ତି, ସହ ସମ୍ପାଦକ ସୁନୀଲ ନାଏକ, ଶୁକଦେବ ନାଏକ, ରାଜେନ୍ଦ୍ର ନାଏକଙ୍କୁ, ଗୋପାଳପୁର ସରପଞ୍ଚ ପୂରବୀ ନାଏକ ପ୍ରମୁଖ ଦଳୀୟ ନେତୃବୃନ୍ଦ ଯୋଗ ଦେଇ ପ୍ରାକୃତିକ ପ୍ରାଚୁର୍ଯ୍ୟରେ ଭରପୂର ସୁନ୍ଦରଗଡ଼ ଜିଲାର ବିକାଶ ପାଇଁ ସରକାର ତଥା ପ୍ରଶାସନର ଉଦାସୀନତାକୁ ସମାଲୋଚନା କରିଥିଲେ। ଜିଲାରେ ଗୁଣାତ୍ମକ ଶିକ୍ଷା,ସ୍ବାସ୍ଥ୍ୟ, ଗମନାଗମନ,ନିରନ୍ତର ବିଦ୍ୟୁତ ସେବା ଯୋଗାଇ ଦେବା,ତୁରନ୍ତ ଜଙ୍ଗଲ ଜମିପଟ୍ଟା ପ୍ରଦାନ, ଅତି ଶୋଚନୀୟ ହୋଇ ପଡ଼ିଥିବା ଟପରିଆଠାରୁ ସୁନ୍ଦରଗଡ଼ ମୁଖ୍ୟରାସ୍ତାକୁ ଚାରିଥାକିଆ କରିବା, ବିସ୍ଥାପିତ ଓ ପ୍ରଦୂଷଣ ସମସ୍ୟାର ତ୍ୱରିତ ସମାଧାନ ଓ ଅନ୍ୟାନ୍ୟ ଦାବି ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri