୨୪ ଘଣ୍ଟାରେ ୧୦ ଥର ନେଲେ କରୋନା ଡୋଜ୍‌…

ଓ୍ବିିଲିଂଣ୍ଟନ୍‌, ୧୨।୧୨: ଥରେ ନୁହେଁ ଦୁଇଥର ନୁହେଁ। ଲାଗ ଲାଗ ୧୦ ଥର କରୋନା ଡୋଜ୍‌ ନେଇଛନ୍ତି ନ୍ୟୁଜିଲାଣ୍ଡର ଜଣେ ବ୍ୟକ୍ତି। ସେ ୨୪ ଘଣ୍ଟାରେ ୧୦ ଥର କରୋନା ଡୋଜ୍‌ ନେଇଛନ୍ତି। ଖବର ପ୍ରକାଶ ପାଇବା ପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଟିକାକରଣର ପ୍ରତ୍ୟେକ ଡୋଜ ପାଇଁ ବ୍ୟକ୍ତିଙ୍କୁ ଟଙ୍କା ଦିଆଯାଇଥିଲା। ସେ ଦିନ ସାରା ବିଭିନ୍ନ ଟିକାକରଣ କେନ୍ଦ୍ରକୁ ଯାଇ ଟିକା ନେଇଥିଲେ। ଅଧିକାରୀମାନେ କହିଛନ୍ତି ଯେ ଟିକା ଓଭରଡୋଜିଂ ମାମଲା ବିଷୟରେ ସେମାନେ ସୂଚନା ପାଇଛନ୍ତି ଏବଂ ଏହା ତଦନ୍ତ ଜାରି ରହିଛି।

ନ୍ୟୁଜିଲାଣ୍ଡ ସ୍ବସ୍ଥ୍ୟ ମନ୍ତ୍ରଣାଳୟର ଟିକାକରଣ କାର୍ଯ୍ୟକ୍ରମର ଗୋଷ୍ଠୀ ପରିଚାଳକ ଏଷ୍ଟ୍ରିଡ କୋର୍ନନିଫ କହିଛନ୍ତି ଯେ, ଏହା ଏକ ଚିନ୍ତାଜନକ ବିଷୟ। ଏନେଇ ଆମେ ବିଭିନ୍ନ ଏଜେନ୍ସି ସହ ଯୋଗାଯୋଗ କରୁଛୁ। ଟିକାର ଏକାଧିକ ଡୋଜ ନେଇଥିବା ବ୍ୟକ୍ତି ଯଥାଶୀଘ୍ର ଡାକ୍ତରଙ୍କ ସହ ଦେଖା କରିବାକୁ ସେ ପରାମର୍ଶ ଦେଇଛନ୍ତି।

ଅକଲାଣ୍ଡ ବିଶ୍ୱବିଦ୍ୟାଳୟର ପ୍ରଫେସର ନିକ୍କି ଟର୍ନର କହିଛନ୍ତି ଯେ ବ୍ୟବହାର କରାଯାଉଥିବା ଟିକା କରୋନା ସଂକ୍ରମଣର ପ୍ରାଥମିକ ତଥ୍ୟ ଉପରେ ଆଧାରିତ। ଏହା ଶରୀରରେ ଶକ୍ତିଶାଳୀ ରୋଗ ପ୍ରତିରୋଧକ ଶକ୍ତି ବିକଶିତ କରିଥାଏ। ଟିକାର ଏକାଧିକ ଡୋଜ୍‌ ଗ୍ରହଣ କରିବା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ। କିନ୍ତୁ ସ୍ବାସ୍ଥ୍ୟ ଉପରେ ଏହାର କି ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଅନୁଭୁତ ହୋଇଥାଏ ସେ ସମ୍ବନ୍ଧରେ କୌଣସି ସୂଚନା ଉପଲବ୍ଧ ନାହିଁ। ଏହା କେବେ qବି ନିରାପଦ ନୁହେଁ ଏବଂ ସମ୍ପୃକ୍ତ ବ୍ୟକ୍ତିଙ୍କ ପାଇଁ ବିପଦ ସୃଷ୍ଟି କରିବାର ଆଶଙ୍କା ରହିଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri