ଅଞ୍ଚଳରେ ଚାଞ୍ଚଲ୍ୟ: ଗ୍ୟାସ୍‌ କଟରରେ କାଟି ଏଟିଏମ୍‌ରୁ ଟଙ୍କା ନେଇ ଫେରାର୍‌

ଉମରକୋଟ,୨୪।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ସହରର କୋଣ୍ଡାଗା ରୋଡ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଏକ ଏଟିଏମ୍‌କୁ ଦୁର୍ବୃତ୍ତମାନେ ଗ୍ୟାସ୍‌ କଟରରେ କାଟି ଲୁଟ୍‌ କରିଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂଚନା ଅନୁଯାୟୀ, ଦୁର୍ବୃତ୍ତମାନେ ରାତିର ଅନ୍ଧାରର ସୁଯୋଗ ନେଇ ଏଟିଏମ୍‌ରେ ପ୍ରବେଶ କରି ଗ୍ୟାସ କଟର ସାହାଯ୍ୟରେ ମେଶିନ୍‌ କାଟି ନଗଦ ଟଙ୍କା ନେଇ ଫେରାର୍‌ ହୋଇଯାଇଛନ୍ତି । ସକାଳେ ସ୍ଥାନୀୟ ଲୋକ ଏଟିଏମ୍‌ର ଅବସ୍ଥା ଦେଖି ପୋଲିସକୁ ଖବର ଦେଇଥିଲେ। ଖବରପାଇ ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସହଯୋଗରେ ଏଟିଏମ୍‌ରୁ କେତେ ପରିମାଣର ଟଙ୍କା ଲୁଟ୍‌ ହୋଇଛି, ତାହାର ହିସାବ କରାଯାଉଛି। ଘଟଣାସ୍ଥଳରୁ ବିଭିନ୍ନ ପ୍ରମାଣ ସଂଗ୍ରହ କରାଯାଇଥିବା ବେଳେ ନିକଟସ୍ଥ ସିସିଟିଭି ଫୁଟେଜ ଯାଞ୍ଚ କରାଯାଉଛି। ପୋଲିସର ପ୍ରାଥମିକ ତଦନ୍ତ ଅନୁଯାୟୀ, ଏହି ଲୁଟ୍‌ ପଛରେ ଏକ ସଂଗଠିତ ଗ୍ୟାଙ୍ଗର ହାତ ଥାଇପାରେ ବୋଲି ଅନୁମାନ କରାଯାଉଛି। ଘଟଣାରେ ସମ୍ପୃକ୍ତ ଦୁର୍ବୃତ୍ତମାନଙ୍କୁ ଚିହ୍ନଟ ଓ ଗିରଫ କରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି।
ଏହି ଘଟଣା ପରେ ଅଞ୍ଚଳରେ ଥିବା ଅନ୍ୟାନ୍ୟ ଏଟିଏମ୍‌ର ସୁରକ୍ଷା ବ୍ୟବସ୍ଥାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ଘଟଣାକୁ ଗୁରୁତ୍ୱ ନେଇ ନବରଙ୍ଗପୁର SP ପାର୍ଥ କାଶ୍ୟପ ଘଟଣାସ୍ଥଳରେ ପହଂଚି ଅଧିକ ତଦନ୍ତ କରୁଛନ୍ତି। ଏହା ସହ ମୋବାଇଲ ଫୋରେନସିକ ଟିମ ମଧ୍ୟ ତଦନ୍ତ କରୁଛି।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri