Posted inଖେଳ

କ୍ରିକେଟରୁ ବ୍ରେକ୍‌ ନେଲେ ଏହି କ୍ରିକେଟ୍‌ର: କାରଣ ରହିଛି ଏମିତି

ସିଡନୀ,୧୮।୫: ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଡାନିଏଲ ସିମସ ଅନ୍ତର୍ଜାତୀୟ କ୍ରିକେଟରୁ ବିରତି ନେବାକୁ ନିଷ୍ପତ୍ତି ନେଇଛନ୍ତି। କୁହାଯାଉଛି ଯେ ମାନସିକ ଚାପ ଯୋଗୁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ସୋମବାର ମାଳଦ୍ୱୀପରୁ ଘରକୁ ଫେରିବା ପରେ ସାମସ ତାଙ୍କ କ୍ରିକେଟ ବୋର୍ଡକୁ ଅନୁରୋଧ କରିଛନ୍ତି ଯେ, ଏବେ କିଛିଦିନ କୌଣସି ଦଳରେ ମନୋନୀତ କରନ୍ତୁ ନାହିଁ। ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୪ତମ ସିଜନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳରେ ସାମସଙ୍କୁ ଅନ୍ତର୍ଭୁକ୍ତ କରାଯାଇଥିଲା।
ସୂଚନାଯୋଗ୍ୟ, ସାମସ ଅଷ୍ଟ୍ରେଲିଆର ପ୍ରଥମ କ୍ରିକେଟର ନୁହନ୍ତି, ଯିଏ ମାନସିକ ଚାପ ଯୋଗୁ ଅନ୍ତର୍ଜାତୀୟ କ୍ରିକେଟରୁ ବିରତି ନେଇଛନ୍ତ। ମାନସିକ ସ୍ତରରେ ଅସୁସ୍ଥ ଅନୁଭବ କରିବା ଯୋଗୁ ଅତୀତରେ ଗ୍ଲେନ ମ୍ୟାକ୍ସୱେଲ, ୱିଲ ପୁକୋସ୍କି ଏବଂ ନିକ ମେଡିସନ୍‌ସ ମଧ୍ୟ ବିରତି ନେଇଛନ୍ତି। ଏହି ସମୟରେ କ୍ରିକେଟ ଅଷ୍ଟ୍ରେଲିଆ ୱେଷ୍ଟଇଣ୍ଡିଜ ଗସ୍ତ ପାଇଁ ୨୩ ଜଣିଆ ଦଳ ଘୋଷଣା କରିଛି। ଅଷ୍ଟ୍ରେଲିୟ ଦଳରେ ଅନେକ ଭେଟେରାନ ଖେଳାଳି ଅନ୍ତର୍ଭୁକ୍ତ କରାଯାଇଛି। ଏଥିରେ ମାଥ୍ୟୁ ୱେଡ, ଝାଏ ରିଚାର୍ଡସନ, ରିଲେ ମେରେଡିଥ ଏବଂ ତନଭୀର ସାଂଘାଙ୍କ ଭଳି ଖେଳାଳିଙ୍କ ନାମ ଅନ୍ତର୍ଭୁକ୍ତ ହୋଇଥିଲା, କିନ୍ତୁ ସାମସଙ୍କୁ ସ୍ଥାନ ଦିଆଯାଇ ନ ଥିଲା। ଏଥି ସହିତ ମାର୍ନୁସ ଲାବୁସେନ ଏବଂ କ୍ୟାମେରନ ଗ୍ରୀନ ଦଳରୁ ବାଦ ପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri