ନେଇ ଥିଲେ ଲାଞ୍ଚ: ତତ୍କାଳୀନ ରେଞ୍ଜରଙ୍କୁ ୪ ବର୍ଷ ଜେଲ ଦଣ୍ଡ

ବ୍ରହ୍ମପୁର,୨୩ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଲାଞ୍ଚ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଜ୍ଞାନେନ୍ଦ୍ର କୁମାର ବାରିକ ମାମଲାର ବିଚାର କରି ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ଆଧାରରେ ଗଞ୍ଜାମ ଜିଲା ଦିଗପହଣ୍ଡିର ତତ୍କାଳୀନ ରେଞ୍ଜର କିଶୋର କୁମାର ନାୟକ(୬୧)ଙ୍କୁ ୪ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟେ ଅଧିକ ୮ ମାସ ଜେଲ ଦଣ୍ଡ ଭୋଗିବାକୁ ଜଜ୍‌ ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫରୁ ମାମଲା ପରିଚାଳନା କରୁଥିବା ସ୍ବତନ୍ତ୍ର ପିପି ସୁରେନ୍ଦ୍ର ପଣ୍ଡା ଓ ସୁମିତ କୁମାର ନାୟକ ଏହି ସୂଚନା ଦେଇଛନ୍ତି।

ଦିଗପହଣ୍ଡି ବନାଞ୍ଚଳ ଅଧୀନ ପାଟପୁରର ସତ୍ୟନାରାୟଣ ବେହେରା ସରକାରଙ୍କ ନିୟମ ଅନୁସାରେ ବିଭିନ୍ନ କାଠ ଡିପୋରୁ କାଠ କିଣି ବଢ଼େଇଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାମଗ୍ରୀ ପ୍ରସ୍ତୁତ କରୁଥିଲେ। ୨୦୧୬ ଫେବୃଆରୀ ୧୯ ତାରିଖରେ ତତ୍କାଳୀନ ରେଞ୍ଜର ନାୟକ ସତ୍ୟନାରାୟଣଙ୍କ ବଢ଼େଇ ଶାଳରେ ଚଢାଉ କରିଥିଲେ। କ୍ଷମତାର ଅପବ୍ୟବହାର କରି ସେଠାରୁ ସେ କାଠ କାଟିବା ପାଇଁ ଥିବା ବିଭିନ୍ନ ମେଶିନ, କଟର ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଥିଲେ। ପରେ ସତ୍ୟନାରାୟଣ ରେଞ୍ଜ ଅଫିସ ଯାଇ ସମସ୍ତ କାଗଜପତ୍ର ଦେଖାଇଥିଲେ ମଧ୍ୟ ତାଙ୍କ ବିରୋଧରେ ମାମଲା ରୁଜୁ କରିବେ ବୋଲି ନାୟକ ଭୟ ଦେଖାଇ ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସତ୍ୟନାରାୟଣ ଏ ନେଇ ବ୍ରହ୍ମପୁର ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ।

ଯୋଜନା ମୁତାବକ ସତ୍ୟନାରାୟଣ ରେଞ୍ଜ କାର୍ଯ୍ୟାଳୟକୁ ଯାଇ ରେଞ୍ଜର ନାୟକଙ୍କୁ ଉକ୍ତ ଟଙ୍କା ଦେଇଥିଲେ। ସେଠାରେ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ଚଢାଉ କରି ନାୟକଙ୍କଠାରୁ ଲାଞ୍ଚ ଟଙ୍କା ଓ କାର୍ଯ୍ୟାଳୟରୁ ବିଭିନ୍ନ କାଗଜପତ୍ର ଜବତ କରିଥିଲା। ନଂ.୧୨/୧୬ରେ ମାମଲା କରି ତାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିଲା। କିଛିଦିନ ପରେ ସେ ଜାମିନରେ ଆସିଥିଲେ। ମାମଲାର ବିଚାର ବେଳେ ୯ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସାକ୍ଷୀମାନଙ୍କ ବୟାନକୁ ଆଧାର କରି ଜଜ୍‌ ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri