ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା ବିଶୋଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦ ଜଣ ବରିଷ୍ଠ ନାଗରିକ ଯୋଗଦେଇଥିଲେ।
ଏହି ଅବସରରେ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ ମାଗଣା ଔଷଧ ବଣ୍ଟନ ଓ ଯୋଗ ଶିକ୍ଷା ପ୍ରଦାନ କରାଯାଇଥିଲା। ଡାକ୍ତର ହିମାଂଶୁ ସାହୁ, ପୁରେନ୍ଦୁ ପାଢ଼ୀ ଓ ଅମ୍ବିକା ପ୍ରସାଦ ଶତପଥୀ ବରିଷ୍ଠ ନାଗରିକଙ୍କ ସୱାସ୍ଥ୍ୟ ପରୀକ୍ଷା କରିଥିଲେ। ହେମନ୍ତ ମାଝୀ ଉପସ୍ଥିତ ବରିଷ୍ଠ ନାଗରିକଙ୍କୁ ଔଷଧ ବଣ୍ଟନ କରିଥିଲେ।
କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ସଂଘର ସଭାପତି ରମେଶ ଚନ୍ଦ୍ର ସାହୁ, ସମ୍ପାଦକ ପତିତପାବନ ରାଉତ, ଆଇନଜୀବୀ ସନ୍ତୋଷ ସାହୁ, ଏବିଇଓ କୌଶିକ ନାୟକ ଏବଂ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ଭଉଣୀ ବି.କେ. କବିତା ପ୍ରମୁଖ ଅତିଥି ଭାବେ ମଞ୍ଚାସୀନ ଥିଲେ।

ଏହି ଅବସରରେ ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ସହ ସେମାନଙ୍କୁ ଭଲପାଇବା ଓ ସମ୍ମାନ ଦେବାକୁ ଆହୱାନ ଦିଆଯାଇଥିଲା। ବୟସ୍କମାନଙ୍କ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ପ୍ରତି ପରିବାର ସଦସ୍ୟମାନେ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ବକ୍ତାମାନେ ମତ ଦେଇଥିଲେ। ଏହି ଦିବସର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସମ୍ପର୍କରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା ବିଶୋଇ ଉପସ୍ଥିତ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ବ୍ଲକ ପ୍ରଶାସନ ଏବଂ ରାଜ୍ୟ ସରକାରଙ୍କ କନ୍ଧମାଳ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ବିଭାଗର ପ୍ରୋଗ୍ରାମ ଆସିଷ୍ଟାଣ୍ଟ ବିକ୍ରମ ନାୟକ ଓ ଜୁନିୟର ଆସିଷ୍ଟାଣ୍ଟ ଅଶୋକ ଗୌଡ଼ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ଅସହାୟ ବରିଷ୍ଠ ନାଗରିକଙ୍କୁ ଆଶାବାଡ଼ି ପ୍ରଦାନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?