Posted inଜାତୀୟ

ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ସତ୍ୟେନ୍ଦ୍ରଙ୍କ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୨ା୮: ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ସତ୍ୟେନ୍ଦ୍ର ପ୍ରକାଶ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଭାରତୀୟ ସୂଚନା ସେବା(ଆଇଆଇଏସ୍‌)ର ୧୯୮୮ ବ୍ୟାଚର ଅଧିକାରୀ। ଏଥିପୂର୍ବରୁ ସେ କେନ୍ଦ୍ରୀୟ ଯୋଗାଯୋଗ ବ୍ୟୁରୋ (ସିବିସି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। କେନ୍ଦ୍ର ସରକାରଙ୍କ ଜନ ସମ୍ପର୍କ, ଗଣମାଧ୍ୟମ ପରିଚାଳନା, ପ୍ରଶାସନ, ନୀତି ନିର୍ଦ୍ଧାରଣ ଓ କାର୍ଯ୍ୟକ୍ରମ ତ୍ୱରାନ୍ବିତ କରିବା କ୍ଷେତ୍ରରେ ତାଙ୍କର ବହୁ ଅଭିଜ୍ଞତା ରହିଛି। ସେ ବିଭିନ୍ନ ଜାତୀୟ ଏବଂ ୟୁନେସ୍କୋ, ୟୁନିସେଫ୍‌, ୟୁଏନ୍‌ଡିପି ଆଦି ଅନ୍ତର୍ଜାତୀୟ ମଞ୍ଚରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି। ସିବିସି ନିମନ୍ତେ ସରକାରୀ ବିଜ୍ଞାପନର ବିଷୟବସ୍ତୁ ସମ୍ପର୍କିତ ମାର୍ଗଦର୍ଶିକା ପ୍ରସ୍ତୁତି, ଇଣ୍ଟରନେଟ ଓ ଡିଜିଟାଲ ଗଣମାଧ୍ୟମ ନୀତି, ଏଫଏମ୍‌ ରେଡିଓ ନୀତି, ଡିଜିଟାଲ ଚଳଚ୍ଚିତ୍ର ନୀତି ଇତ୍ୟାଦି ପ୍ରସ୍ତୁତି କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ୨୦୨୧ ଗଣତନ୍ତ୍ର ଦିବସ ନିମନ୍ତେ ପ୍ରଥମ ‘ଭୋକାଲ ଫର୍‌ ଲୋକାଲ’ ପ୍ରଜ୍ଞାପନ ମଣ୍ଡପ ନିର୍ମାଣ ପାଇଁ ତାଙ୍କ ଭୂମିକା ସ୍ବୀକୃତି ଲାଭ କରିଥିଲା। ଭାରତ ସରକାରଙ୍କର ଅନେକ ପ୍ରମୁଖ ଜନସୂଚନା ଅଭିଯାନର ପରିପାଟୀ ପ୍ରସ୍ତୁତି ସହ କାର୍ଯ୍ୟାନ୍ବୟନରେ ସତ୍ୟେନ୍ଦ୍ର ମୁଖ୍ୟ ଥିଲେ। ସେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଇଇସି ଅଭିଯାନ ସଂଯୋଜନା କରିଥିଲେ। ୨୦୨୧-୨୨ରେ ମତଦାତା ସଚେତନତା ଓ ଭୋଟଦାନରେ ଅଂଶଗ୍ରହଣ ବୃଦ୍ଧି ପାଇଁ ତାଙ୍କୁ ନିକଟରେ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାତୀୟ ସମ୍ମାନରେ ସମ୍ମାନିତ କରାଯାଇଛି। ସତ୍ୟେନ୍ଦ୍ର କାର୍ଯ୍ୟଭାର ଗ୍ରହଣ କରିବା ପରେ ପିଆଇବିର ବରିଷ୍ଠ ଅଧିକାରୀଗଣ ତାଙ୍କୁ ସ୍ବାଗତ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri