ଦିଗପହଣ୍ଡିରେ ନୂତନ ତହସିଲଦାରଙ୍କ ଦାୟିତ୍ୱ ଗ୍ରହଣ 

ଦିଗପହଣ୍ଡି,୩ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ତହସିଲଦାର ଭାବେ ସନ୍ତୋଷ କୁମାର ସାହୁ ସୋମବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଥିବା ଜଣାପଡ଼ିଛି । ପୂର୍ବରୁ ଏଠାରେ ଥିବା ତହସିଲଦାର ଅନିତା କୁମାରୀ ସାହୁଙ୍କ ବୌଦ୍ଧ ତହସିଲ କାର୍ଯ୍ୟାଳୟକୁ ବଦଳି ହୋଇଯାଇଛି ।  ରାଜ୍ୟ କ୍ରୀଡା ଓ ଯୁବ ବ୍ୟାପାର ବିଭାଗରେ ଓଏସଡି ଭାବେ ଦାୟିତ୍ଵରେ ଥିବା ସନ୍ତୋଷ କୁମାର ସାହୁଙ୍କୁ ଦିଗପହଣ୍ଡି ତହସିଲଦାର ଭାବେ ବଦଳି ହୋଇଥିଲା ।

ନବ ନିଯୁକ୍ତ ଦିଗପହଣ୍ଡି ତହସିଲଦାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟରେ ପହଞ୍ଚିବା ପରେ ଭାରପ୍ରାପ୍ତ ତହସିଲଦାର ଭାବେ ଦାୟିତ୍ୱରେ ଥିବା ଦିଗପହଣ୍ଡି ବିଡ଼ିଓ ଡ. ଚିତ୍ତରଞ୍ଜନ ଦାସ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିବା ଜଣାପଡିଛି । ଅତିରିକ୍ତ ତହସିଲଦାର ଆଶିଷ କୁମାର ନାୟକ ଙ୍କ ସମେତ  ତହସିଲ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ବୃନ୍ଦ ନବାଗତ ତହସିଲଦାରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ରାଜସ୍ୱ ବିଭାଗର ସମସ୍ତ କାର୍ଯ୍ୟକୁ ସୁଚାରୁରୂପେ ସମ୍ପାଦନ କରାଯିବା ତାଙ୍କର ପ୍ରାଥମିକତା ହେବ ବୋଲି ନବନିଯୁକ୍ତ ତହସିଲଦାର ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri