ଅନୁଚ୍ଛେଦ ୩୭୦ ନେଇ ମୁହଁ ଖୋଲିଲେ ଇମ୍ରାନ, କହିଲେ ଜଟିଳ ହେବ କଶ୍ମୀର ପ୍ରସଙ୍ଗ…

ଇସଲାମାବାଦ,୧୩।୧୨ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜମ୍ମୁ-କଶ୍ମୀରରେ ଧାରା ୩୭୦ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି କଶ୍ମୀର ପ୍ରସଙ୍ଗକୁ ଅଧିକ ଜଟିଳ କରିବ ବୋଲି ଇମ୍ରାନ କହିଛନ୍ତି।

ରାୱଲପିଣ୍ଡିର ଅଦିୟନା ଜେଲରେ ଥିବା ଇମ୍ରାନ ଖାନ ଏକ ବାର୍ତ୍ତା ମାଧ୍ୟମରେ କହିଛନ୍ତି ଭାରତୀୟ ସର୍ବୋଚ୍ଚ ନ୍ୟାୟାଳୟର ନିଷ୍ପତ୍ତି ୟୁଏନଏସସି ନିଷ୍ପତ୍ତିର ଉଲ୍ଲଂଘନ ଅଟେ। ତାଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନସାଫ ଏହାକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ଶେୟାର କରିଛି।

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ କହିଛନ୍ତି ଏହା ସ୍ପଷ୍ଟ ହୋଇଛି ଭାରତୀୟ ସର୍ବୋଚ୍ଚ ଅଦାଲତର ନିଷ୍ପତ୍ତି ଶତାବ୍ଦୀ ଧରି ଚାଲିଥିବା ବିବାଦର ସମାଧାନ କରିବାରେ ସାହାଯ୍ୟ କରିବା ପରିବର୍ତ୍ତେ କଶ୍ମୀର ପ୍ରସଙ୍ଗକୁ ଆହୁରି ଜଟିଳ କରିବ। ତାଙ୍କ ଦଳ କଶ୍ମୀରବାସୀଙ୍କୁ ରାଜନୈତିକ ସମର୍ଥନ ଜାରି ରଖିବ। ସେ ାଶ୍ମୀର ପ୍ରସଙ୍ଗକୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦର ମୂଳ କାରଣ ବୋଲି ବର୍ଣ୍ଣନା କରିଛନ୍ତି।

୨୦୧୯ ମସିହାରେ କଶ୍ମୀରର ସ୍ବତନ୍ତ୍ର ସ୍ଥିତି ବଦଳାଇବାକୁ ଚେଷ୍ଟା କରିବା ପରେ ତାଙ୍କ ତତ୍କାଳୀନ ପିଟିଆଇ ସରକାର ଦୃଢ଼ ପ୍ରତିକ୍ରିୟା ପ୍ରକାଶ କରିଥିଲେ। ଜାତୀୟ ସ୍ବାର୍ଥକୁ ପ୍ରାଧାନ୍ୟ ଦେଉଥିବା ବେଳେ ସେ ଭାରତ ସହ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ସ୍ଥାପନ କରିବାକୁ ଚାହୁଁଥିଲେ। ତେବେ, ୫ ଅଗଷ୍ଟ ୨୦୧୯ ପରେ ଏହା ସମ୍ଭବ ହୋଇ ନ ଥିଲା, କାରଣ ସେ କଶ୍ମୀରବାସୀଙ୍କ ଇଚ୍ଛା ସହିତ ଆପୋଷ ବୁଝାମଣା କରିପାରି ନ ଥିଲେ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri