ଖଣି ଗଣ୍ଡଗୋଳକୁ ନେଇ ଖତକୁରବାହାଲ ଅଶାନ୍ତ

କୁତ୍ରା, ୮।୪(ଡି.ଏନ.ଏ.); ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ଖତକୁରବାହାଲସ୍ଥିତ ଜେଏସ୍‌ଡବ୍ଲ୍ୟୁ ଚୂନ ପଥର ଖଣିକୁ ନେଇ ଦୁଇଦିନ ହେଲାଣି ଖତକୁରବାହାଲ ଅଶାନ୍ତ ହୋଇପଡିଛି। ଗୁରୁବାର ଖଣି ପରିସରରେ ମାଲ ଲୋଡିଙ୍ଗକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ହୋଇଥିଲା। କିଛି ସମୟ ଗଣ୍ଡଗୋଳ ହେବା ପରେ ସ୍ଥିତି ଶାନ୍ତ ପଡିଥିଲା। କିନ୍ତୁ ଏହି ଘଟଣାକୁ ନେଇ ସାରେ ଗୋଟିଏ ଗୋଷ୍ଠୀର ଜଣେ ବ୍ୟକ୍ତିଙ୍କ ଘର ଉପରକୁ ପଥରମାଡ଼ ହୋଇଥିଲା। ଫଳରେ କେତେଜଣ ଲୋକ ଆହତ ହୋଇଥିଲେ। ପରେ ଏସ୍‌ଡିପିଓ ଅଭିଷେକ ପାଣିଗ୍ରାହୀ, କୁତ୍ରା ପୋଲିସ ଓ ୧ ପ୍ଲାଟୁନ ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିଥିଲେ। ରାତି ସାରା ପୋଲିସ ଜଗି ରହିଥିବା ସତ୍ତ୍ୱେ ଶୁକ୍ରବାର ସକାଳୁ ପୁଣି ପଥର ମାଡ଼ ହୋଇଥିଲା। ଫଳରେ ପୁଣି ଉତ୍ତେଜନା ସୃଷ୍ଟି ହୋଇଥିଲା। ପରେ ଥାନା ଅଧିକାରୀ ମନୋରଞ୍ଜନ ବିଶିଙ୍କ ନେତୃତ୍ୱରେ ୨ ପ୍ଲାଟୁନ ପୋଲିସ ଫୋର୍ସ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିଥିଲେ। ଏହାକୁ ନେଇ ଥାନାରେ ଦୁଇଟି ଅଭିଯୋଗ ହୋଇଥିବା ସୂଚନା ଦେଇଛନ୍ତି ଥାନା ଅଧିକାରୀ। ସେଠାରେ ଉତ୍ତେଜନାମୂଳକ ସ୍ଥିତି ଲାଗି ରହିଥିବାରୁ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ତେବେ ଖଣିକୁ ନେଇ ବାରମ୍ବାର ଗଣ୍ଡଗୋଳ, ଏଭଳି ଘଟଣା ଦେଖିବାକୁ ମିଳୁଛି। ଯାହା ଫଳରେ ଅଞ୍ଚଳରେ ଦିନକୁ ଦିନ ଜନଅସନ୍ତୋଷ ବଢ଼ିବାରେ ଲାଗିଛି। ଖଣି ଆରମ୍ଭ ହେବା ଦିନ ଠାରୁ ଏଭଳି ଗଣ୍ଡଗୋଳ ହେଉଥିବାର ଦେଖିବାକୁ ମିଳୁଛି। ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଓ ଜେଏସ୍‌ଡବ୍ଲ୍ୟୁ ଖଣିର ଉଚ୍ଚ ପଦସ୍ଥ ଅଧିକାରୀ ଦୃଷ୍ଟି ଦେଇ ଏହାର ସମାଧନ ଦିଗରେ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ନଚେତ ଆଗାମୀ ଦିନରେ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri