ଗାଡ଼ିରେ ନେଉଥିଲେ ଅପମିଶ୍ରିତ ମଦ, ପରେ ଯାହା ହେଲୋ….

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ବଡ଼ପଦା, ସିନ୍ଧବା, ଜୁଆଣପଲ୍ଲୀ ପ୍ରଭୃତି ଗ୍ରାମ ଇଲାକାରେ ଦିଗପହଣ୍ଡି ଅବକାରୀ ଏସ.ଆଇ ଅନୀତା ପ୍ରଧାନ ସଦଳବଳେ ମଙ୍ଗଳବାର ସକାଳେ ପାଟ୍ରୋଲିଂ କରୁଥିବା ବେଳେ ଜୁଆଣପଲ୍ଲୀରୁ ବଡ଼ପଦା ଗ୍ରାମ ଅଭିମୁଖେ ଦୃତଗତିରେ ଆସୁଥିବା ଜଣେ ବ୍ୟକ୍ତିଙ୍କ କଳାରଙ୍ଗର ଟିଭିଏସ ଏକ୍ସଲ ମୋପେଡ଼( ନଂ. ଓଡ଼ି ୦୭ ଏଏଫ-୩୧୭୫)କୁ ଅଟକାଇ ଖାନ ତଲାସ କରିଥିଲେ। ସେଥିରେ ୪ଟି ପ୍ଲାଷ୍ଟିକ ଜାରକିନ ୮୦ ଲିଟର ଅପମିଶ୍ରିତ ଦେଶୀମଦ ଥିବା ଜଣାପଡିଥିଲା। ବିନା ଲାଇସେନ୍ସରେ ଅପମିଶ୍ରିତ ଦେଶୀମଦ ଚାଲାଣ କରୁଥିବା ଅଭିଯୋଗରେ ଗଜପତି ଜିଲା ଆର.ଉଦୟଗିରି ଥାନା ଶିଆଳଲଟି ପଞ୍ଚାୟତ କୁମୁଟିକଙ୍କାଳ ଗ୍ରାମର ମାଧବ ମଲ୍ଲିକଙ୍କୁ ଅବକାରୀ ଏସ.ଆଇ ମାଧବ ମଲ୍ଲିକଙ୍କୁ ଗିରଫ କରିଥିଲେ। ଜବତ ମଦକୁ ଘଟଣାସ୍ଥଳରେ ସାକ୍ଷମାନଙ୍କ ଉପସ୍ଥିତିରେ ପରୀକ୍ଷା ନିରୀକ୍ଷା କରିବା ପରେ ଦିଗପହଣ୍ଡି ଅବକାରୀ ଷ୍ଟେଶନ ମାମଲା ନଂ.୨୯/୨୫-୨୬ ଅନୁଯାୟୀ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଟିଭିଏସ ମୋପେଡ଼ ଲୁନାକୁ ଜବତ କରାଯାଇଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri