Posted inଜାତୀୟ

ତଲାକ୍‌କୁ ରୋକା ଯାଇ ପାରିବ ନାହିଁ, କହିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୨୫।୮ : କେରଳ ହାଇକୋର୍ଟଙ୍କ ଅନୁଯାୟୀ ଜଣେ ମୁସଲମାନ ପୁରୁଷଙ୍କୁ ତାଙ୍କ ସ୍ତ୍ରୀଙ୍କୁ ଛାଡପତ୍ର ଦେବାରେ ରୋକି ପାରିବେ ନାହିଁ। ଏଥିସହିତ କୋର୍ଟ ଏହା ମଧ୍ୟ କହିଛନ୍ତି ଯେ ସମ୍ପୃକ୍ତ ବ୍ୟକ୍ତିଙ୍କର ପୁଣି ଥରେ ବିବାହ କରିବାକୁ ବନ୍ଦ କରାଯାଇପାରିବ ନାହିଁ। ହାଇକୋର୍ଟରେ ଦୁଇଟି ପିଟିଶନର ଶୁଣାଣି ହୋଇଛି। ପାରିବାରିକ କୋର୍ଟ ଦ୍ୱାରା ଜାରି ରହିଥିବା ଆଦେଶକୁ ଚ୍ୟାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

କୋଲାମର ଜଣେ ବ୍ୟକ୍ତି ଆଡଭୋକେଟ ମାଜିଡା ଏସଙ୍କ ମାଧ୍ୟମରେ ଏହି ଆବେଦନ କରିଥିଲେ। ଏହି ଆବେଦନରେ ଚାଓ୍ବରା ପରିବାର କୋର୍ଟ ଦ୍ୱାରା ଜାରି ହୋଇଥିବା ଦୁଇଟି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରାଯାଇଥିଲା। ପାରିବାରିକ କୋର୍ଟ ମୁସଲିମ ପୁରୁଷ ସ୍ତ୍ରୀଙ୍କୁ ତଲାକ କହିପାରିବେ ନାହିଁ ବୋଲି କହିଥିଲେ। ପରେ ସ୍ବାମୀ ଏନେଇ ହାଇକୋର୍ଟରେ ପହଞ୍ଚିଥିଲେ। ବିଶେଷ କଥା ହେଉଛି ଯେ ହାଇକୋର୍ଟରେ ପହଞ୍ଚିଥିବା ପୂର୍ବରୁ ଆବେଦନକାରୀ ପ୍ରଥମ ଏବଂ ଦ୍ୱିତୀୟ ତାଲକ କହି ସାରିଥିଲେ। କିନ୍ତୁ ତୃତୀୟ ତାଲକ ପୂର୍ବରୁ ପରିବାର କୋର୍ଟ ଏହି ନିର୍ଦ୍ଦେଶ ଦେଇଥିଲେ।

କେରଳ ହାଇକୋର୍ଟରେ ଜଷ୍ଟିସ ମହମ୍ମଦ ମୁଶାକକ ଏବଂ ଜଷ୍ଟିସ ସୋଫି ଥୋମାସଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରି ପରିବାର କୋର୍ଟର ଆଦେଶକୁ ଖାରଜ କରିଛନ୍ତି।

ବ୍ୟକ୍ତିଗତ ଆଇନ ବ୍ୟବହାର କରି ପକ୍ଷମାନଙ୍କୁ ଅଟକାଇବାରେ କୋର୍ଟର କୌଣସି ଭୂମିକା ନାହିଁ ବୋଲି ନିର୍ଦ୍ଦେଶରେ କୁହାଯାଇଛି। ସମ୍ବିଧାନର ଧାରା ୨୫କୁ କୋର୍ଟ ଦର୍ଶାଇଛନ୍ତି।

କୋର୍ଟ କହିଛନ୍ତି ଯେ ଯଦି ଏହାକୁ ରୋକିବା ସମ୍ପର୍କରେ ଆଦେଶ ଦିଆଯାଏ, ତେବେ ଏହା ବ୍ୟକ୍ତିର ସମ୍ବିଧାନରେ ସଂରକ୍ଷିତ ଥିବା ଅଧିକାରର ଉଲ୍ଲଂଘନ ହେବ । ହାଇକୋର୍ଟ ଏହା ମଧ୍ୟ କହିଛନ୍ତି ଯେ ପରିବାର କୋର୍ଟ ଆବେଦନକାରୀଙ୍କୁ ପୁଣି ବିବାହ କରିବାକୁ ବାରଣ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri