ଅସୁରକ୍ଷିତ ହେଲାଣି ତାଳବାହାଳି ଜଙ୍ଗଲ

ବଇଣ୍ଡା,୨୦।୩(ଡି.ଏନ.ଏ.):ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜ ଅଧୀନରେ ଥିବା ତାଳବାହାଳି ଜଙ୍ଗଲ ଏବେ ଅସୁରକ୍ଷିତ ହୋଇପଡିଛି। ଏହି ଜଙ୍ଗଲରୁ ଅବାଧ କାଠ ଚାଲାଣ କରାଯାଉଥିବା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି। ପାଇକସାହି ସେକ୍ସନ ନିକଟରେ ଥିବା ଏହି ଜଙ୍ଗଲରେ ଏବେ କାଠ ଚୋରମାନେ ସକ୍ରିୟ ହୋଇପଡ଼ିଛନ୍ତି। ଫଳରେ ଆଗାମୀ ଦିନରେ ଜଙ୍ଗଲଟି ପଦା ହୋଇଯିବା ଆଶଙ୍କା କରାଯାଇଛି। ଏ ନେଇ ଧଣ୍ଡାତୋପା ରେଞ୍ଜ କାର୍ଯ୍ୟାଳୟଠାରେ ସ୍ଥାନୀୟ ଗ୍ରାମବାସୀ ବହୁବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଫଳରେ ତାଳବାହାଳି ଗ୍ରାମବାସୀ ଶୁକ୍ରବାର ଜଙ୍ଗଲକୁ ସୁରକ୍ଷା ଯୋଗାଇଦେବା ପାଇଁ ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।
ଗ୍ରାମବାସୀ ଦର୍ଶାଇଛନ୍ତି, ଆଠମଲ୍ଲିକ ବନଖଣ୍ଡରେ ଏହି ଜଙ୍ଗଲ ରହିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ୧୯୮୮ ମସିହାରେ ୧୨୮୬୫ ଶାଗୁଆନ, ଶିଶୁ, ପଟାସ, ଶାଳ ଭଳି ମୂଲ୍ୟବାନ ଚାରା ରୋପଣ କରାଯାଇଥିଲା। ତାହା ଏବେ ବଡ ହୋଇଯାଇଥିବାରୁ ଜଙ୍ଗଲଟି ଘଞ୍ଚ ହୋଇପଡିଛି। ହେଲେ କାଠ ଚୋରଙ୍କ ଯୋଗୁ ଏହା ଏବେ ଅସୁରକ୍ଷିତ ହୋଇପଡିଛି। କାଠ ଚୋରମାନେ ଅବାଧରେ ଗଛ କାଟି ଚାଲାଣ କରୁଛନ୍ତି। ବିଳମ୍ବିତ ରାତିରେ କଟର ସାହାଯ୍ୟରେ ଗଛ ଗୁଡିକୁ କାଟି ଜଙ୍ଗଲର ଗୁପ୍ତ ସ୍ଥାନରେ ରଖିବା ପରେ ସେଥିରୁ ପଟା ପ୍ରସ୍ତୁତ କରି ଜିଲା ତଥା ଜିଲା ବାହାରକୁ ଚାଲାଣ କରୁଛନ୍ତି। ବନବିଭାଗର କେତେଜଣ ତଳିଆ କର୍ମଚାରୀଙ୍କୁ ହାତ କରି କାଠ ମାଫିଆମାନେ ଏହି କାରବାର କରୁଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଏହି ଜଙ୍ଗଲରେ ବନ ବିଭାଗ ପକ୍ଷରୁ ରାତ୍ରି ପୋଟ୍ରୋଲିଂ କରାଯାଉ ନ ଥିବା ଯୋଗୁ ନିରାପଦରେ କାଠ ମାଫିଆମାନେ ଗଛ କାଟୁଛନ୍ତି। ପୂର୍ବରୁ ଗ୍ରାମବାସୀ ଏ ନେଇ ଧଣ୍ଡାତୋପା ରେଞ୍ଜ କାର୍ଯ୍ୟାଳୟଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହଁି କି ବନ ବିଭାଗ ପକ୍ଷରୁ ଚଢାଉ କରାଯାଉନାହଁି। ତୁରନ୍ତ ଏଥିପ୍ରତି ବନ ବିଭାଗର ଉଚ୍ଚ ପଦାଧିକାରୀ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ଦାବି ହୋଇଛି। ଏ ନେଇ ଆଠମଲ୍ଲିକ ଡିଏଫଓ ଏସ. କୋପଲ କୁହନ୍ତି, ତୁରନ୍ତ ପଦେକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ହାତୀ ପାଇଁ ବିକଳ୍ପ ଚାଷ କରାଯାଉ: ଘୋଡା ନାଚ ମାଧ୍ୟମରେ ହାତୀ ସୁରକ୍ଷା ସଚେତନତା

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ, ଟାଟା ପାୱାର ଏବଂ ସ୍ନେହା ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଚାଲିଥିବା ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ…

ଇଣ୍ଡିଆନ ଆଇଡଲ୍‌ -୧୬ ଫାଇନାଲରେ ଜ୍ୟୋତିର୍ମୟୀ: ମଙ୍ଗଳକାମନା କରି ଅଖଣ୍ଡ ଦୀପଦାନ

ନୀଳଗିରି, ୧୦।୨(ପ୍ରଶାନ୍ତ ବିଶ୍ୱାଳ):ସୋନି ଟିଭି ରିଆଲଟି ଶୋ ‘ଇଣ୍ଡିଆନ ଆଇଡଲ୍‌ -୧୬’ର ଫାଇନାଲ ରାଉଣ୍ଡରେ ପହଞ୍ଚତ୍ଛନ୍ତି ନୀଳଗିରି ମାଟିର ସୁନାଝିଅ ଜ୍ୟୋତିର୍ମୟୀ ନାୟକ। ବାଲେଶ୍ୱର ଜିଲା ନୀଳଗିରି…

ଖେଳ ପଡିଆରୁ ଟେକି ନେଇ ନାବାଳିକାଙ୍କୁ ବଳାତ୍କାର, ୫୯ ବର୍ଷୀୟ ବ୍ୟକ୍ତି ଗିରଫ

ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri