ଆସନ୍ତା ମାସ ସୁଦ୍ଧା ଶେଷ ହେବ ତାଳଚେର-ବିମଳାଗଡ଼ ରେଳ ଲାଇନ ଜମି ଅଧିଗ୍ରହଣ କାର୍ଯ୍ୟ

ଦେବଗଡ଼,୨୩ା୮(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ଜିଲା ନାଗରିକ କମିଟି ଦେବଗଡ଼ ଜିଲା ଜିଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରି ଆଲୋଚନା କରିଥିଲେ। ତାଳଚେର -ବିମଳାଗଡ଼ ରେଳପଥ ପାଇଁ ଦେବଗଡ଼ ଜିଲାରେ ଜମି ଅଧିଗ୍ରହଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଅନୁରୋଧ କରାଯାଇଥିଲା। ଏହାର ଉତ୍ତରରେ ଜିଲାପାଳ କହିଥିଲେ ଯେ, ମୋଟ୍‌ ୧୯ଟି ଗ୍ରାମ ମଧ୍ୟରୁ ୧୭ଟି ଗ୍ରାମର ଜମି ଅଧିଗ୍ରହଣ କାର୍ଯ୍ୟ ସମାପ୍ତ ହୋଇସାରିଛି ଓ ଆସନ୍ତା ମାସ ଶେଷ ସୁଦ୍ଧା ୨ଟି ଗ୍ରାମର ଜମି ଅଧିଗ୍ରହଣ କାର୍ଯ୍ୟ ସମାପ୍ତ ହେବ। ଏହା ବ୍ୟତୀତ ପ୍ରଧାନପାଟ ପାଦଦେଶରେ ଥିବା ପ୍ରଧାନ ପଟେଶ୍ୱରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଜିଲା ଖୋଲା ପଡ଼ିଥିବା ଡକ୍ଟର ପଦବୀ ପୂରଣ, କୋରଡ଼କୋଟ ଜଳ ପ୍ରାପଦରେ ଯାତ୍ରୀ ନିବାସ, ରୋଷେଇ ଗୃହ, ଆଲୋକୀକରଣ, ଉନ୍ନତ ରାସ୍ତା ନିର୍ମାଣ, ରାଜା ବାସୁଦେବ ହାଇସ୍କୁଲରେ ରେଗୁଲାର ପ୍ରଧାନଶିକ୍ଷକ ନିଯୁକ୍ତି, ଷୋହଳ ବଖରୀ କଟାର ପୂର୍ବ ପାର୍ଶ୍ୱରେ ସରକାରୀ ଜମି ଜବରଦଖଲ ଉଚ୍ଛେଦ,ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କ ନିମନ୍ତେ ସ୍ବତନ୍ତ୍ର ସ୍କୁଲ ପ୍ରତିଷ୍ଠା ଆଦି ଦାବି ଉପସ୍ଥାପନା କରାଯାଇଥିଲା। ଆଲୋଚନା ସମୟରେ ନାଗରିକ କମିଟି ସଭାପତି ସୁଶୀଲ କୁମାର କପରଦାର, ଲକ୍ଷଣ ପ୍ରଧାନ, ସୁଧୀର କପରଦାର, ପୌର ନଗରପାଳ ପ୍ରଜିତ ଭୋଜ, କମଲ କିଶୋର ଗୁପ୍ତା, ଶଶାଙ୍କ ଶେଖର ଝାଙ୍କର ରମଣୀ ରଞ୍ଜନ ଆଚାର୍ଯ୍ୟ, ନରୋତ୍ତମ ସାହୁ, ଶ୍ରବଣ କୁମାର ନାଏକ, ଜନ୍ମାଜୟ ନାୟକ, ଈଶ୍ୱର ପ୍ରସାଦ ଦାଶ, ବାବୁଲେନ୍ଦ୍ର ନାୟକଙ୍କ ସମତେ ବହୁ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?