୨୩ରୁ ତାଳଚେର ପୁସ୍ତକମେଳା

ତାଳଚେର, ୧୯ା୧ (ନି.ପ୍ର.): ବିଂଶତମ ତାଳଚେର ପୁସ୍ତକ ମେଳା ଆସନ୍ତା ୨୩ ତାରିଖରୁ ହାଟତୋଟାସ୍ଥିତ ପ୍ରଜାମଣ୍ଡଳ ଭବନ ପରିସରରେ ଆରମ୍ଭ ହେବ। ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା ପୁସ୍ତକ ମେଳା କମିଟି ସଭାପତି ବିଶ୍ୱରଞ୍ଜନ ରଥ ଅଧ୍ୟକ୍ଷତା କରି ଆସନ୍ତା ୨୩ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପୁସ୍ତକ ମେଳାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସାଧାରଣ ସମ୍ପାଦକ ଦେବୀ ମିଶ୍ର ବିବରଣୀ ପାଠ କରିଥିଲେ। ପୁସ୍ତକ ମେଳାରେ ପ୍ରାୟ ୮୦ରୁ ଊର୍ଦ୍ଧ୍ୱ ଷ୍ଟଲ୍‌ ନିର୍ମାଣ କରାଯିବା ସହିତ ବିଭିନ୍ନ ସନ୍ଧ୍ୟାରେ ଆଧ୍ୟାତ୍ମିକ, ନାରୀଶିକ୍ଷା, ସାଂସ୍କୃତିକ କାର୍ଯ୍ୟକ୍ରମ, କୁଇଜ୍‌, ହାସ୍ୟ କବି ସମ୍ମିଳନୀ, କବିତା ପାଠୋତ୍ସବ ଆଦି କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଏହି ବୈଠକରେ ନୂତନ ସଭାପତି ଭାବେ ଉପଜିଲାପାଳ ବିଶ୍ୱରଞ୍ଜନ ରଥ, ଉପସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ ଓ ଡ. ରଶ୍ମିରଞ୍ଜନ ମିଶ୍ର, ସାଧାରଣ ସମ୍ପାଦକ ଭାବେ ଦେବୀ ମିଶ୍ର, ଯୁଗ୍ମ ସମ୍ପାଦକ ବିରଜା ଶଙ୍କର ମିଶ୍ର, ସୌଭାଗ୍ୟ ମହାରଣା, କୋଷାଧ୍ୟକ୍ଷ ଜ୍ୟୋତିରଞ୍ଜନ ଦାସ, ସମୀକ୍ଷକ ରମେଶ ଚନ୍ଦ୍ର ବେହେରା ଓ କାର୍ଯ୍ୟକାରୀ କମିଟି ସଦସ୍ୟ ଭାବେ ଯଯାତି ପଟ୍ଟନାୟକ, କେଶବ ଭୂତିଆ, ତପନ ମହାରଣା, ପ୍ରକାଶ ମହାରଣା ପ୍ରମୁଖଙ୍କୁ ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri