୨୩ରୁ ତାଳଚେର ପୁସ୍ତକମେଳା

ତାଳଚେର, ୧୯ା୧ (ନି.ପ୍ର.): ବିଂଶତମ ତାଳଚେର ପୁସ୍ତକ ମେଳା ଆସନ୍ତା ୨୩ ତାରିଖରୁ ହାଟତୋଟାସ୍ଥିତ ପ୍ରଜାମଣ୍ଡଳ ଭବନ ପରିସରରେ ଆରମ୍ଭ ହେବ। ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା ପୁସ୍ତକ ମେଳା କମିଟି ସଭାପତି ବିଶ୍ୱରଞ୍ଜନ ରଥ ଅଧ୍ୟକ୍ଷତା କରି ଆସନ୍ତା ୨୩ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପୁସ୍ତକ ମେଳାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସାଧାରଣ ସମ୍ପାଦକ ଦେବୀ ମିଶ୍ର ବିବରଣୀ ପାଠ କରିଥିଲେ। ପୁସ୍ତକ ମେଳାରେ ପ୍ରାୟ ୮୦ରୁ ଊର୍ଦ୍ଧ୍ୱ ଷ୍ଟଲ୍‌ ନିର୍ମାଣ କରାଯିବା ସହିତ ବିଭିନ୍ନ ସନ୍ଧ୍ୟାରେ ଆଧ୍ୟାତ୍ମିକ, ନାରୀଶିକ୍ଷା, ସାଂସ୍କୃତିକ କାର୍ଯ୍ୟକ୍ରମ, କୁଇଜ୍‌, ହାସ୍ୟ କବି ସମ୍ମିଳନୀ, କବିତା ପାଠୋତ୍ସବ ଆଦି କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଏହି ବୈଠକରେ ନୂତନ ସଭାପତି ଭାବେ ଉପଜିଲାପାଳ ବିଶ୍ୱରଞ୍ଜନ ରଥ, ଉପସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ ଓ ଡ. ରଶ୍ମିରଞ୍ଜନ ମିଶ୍ର, ସାଧାରଣ ସମ୍ପାଦକ ଭାବେ ଦେବୀ ମିଶ୍ର, ଯୁଗ୍ମ ସମ୍ପାଦକ ବିରଜା ଶଙ୍କର ମିଶ୍ର, ସୌଭାଗ୍ୟ ମହାରଣା, କୋଷାଧ୍ୟକ୍ଷ ଜ୍ୟୋତିରଞ୍ଜନ ଦାସ, ସମୀକ୍ଷକ ରମେଶ ଚନ୍ଦ୍ର ବେହେରା ଓ କାର୍ଯ୍ୟକାରୀ କମିଟି ସଦସ୍ୟ ଭାବେ ଯଯାତି ପଟ୍ଟନାୟକ, କେଶବ ଭୂତିଆ, ତପନ ମହାରଣା, ପ୍ରକାଶ ମହାରଣା ପ୍ରମୁଖଙ୍କୁ ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?