ଜୁଲାଇ ୪ରେ ତାଳଚେର ବନ୍ଦ ଡାକରା

ତାଳଚେର,୩୦।୬(ନି.ପ୍ର.) ତାଳଚେର ମେଡିକାଲ କଲେଜକୁ ରାଜ୍ୟ ସରକାର ଶୀଘ୍ର ପରିଚାଳନା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଉ ନାହିଁ। ଏହାର ପ୍ରତିବାଦରେ ଆସନ୍ତା ୪ ତାରିଖରେ ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ତାଳଚେର ବନ୍ଦ କରାଯିବା ସହିତ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ ଆନ୍ଦୋଳନ କରାଯିବ ବୋଲି ନିଷ୍ପତ୍ତି ହୋଇଛି।
କ୍ରିୟାନୁଷ୍ଠାନ କମିଟି ଆବାହକ ପଦ୍ମଚରଣ ସାମଲଙ୍କ ସଭାପତିତ୍ୱରେ ପ୍ରେସ୍‌ କ୍ଲବ ଠାରେ ଏ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ପୂର୍ବତନ ଏମ୍‌ପି ରବିନାରାୟଣ ପାଣି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦିଗାମ୍ବର ଗଡନାୟକ, ପୂର୍ବତନ ନଗରପାଳ କେଶବ ଭୂତିଆ, ପୂର୍ବତନ ସମିତିସଭ୍ୟ ବିନୋଦ ଲାଲ୍‌, ମହିଳା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷା ଶୋଭାଗିନୀ ଦାସ, କଣିହଁା ଅଞ୍ଚଳର ପୂର୍ବତନ ସରପଞ୍ଚ ମହେଶ୍ୱର ପ୍ରଧାନ, ସୁକାନ୍ତ କୁମାର ଦାସ, ଅଭୟ ପାଣି, ପ୍ରଦୀପ ମହାରଣା, କଷ୍ଟୁ ସାମଲ, ସଞ୍ଜୀବ ନାଏକ, ଅନୁପ ସାହୁ, ଗଗନ ବିହାରୀ ଦାସ, ମନୋଜ ପ୍ରଧାନ, ମହି ସାହୁ, ନିଲମ୍‌ ଲାଲ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଏଥିରେ କୁହାଯାଇଥିଲା ଯେ, ତାଳଚେର ମେଡିକାଲ କଲେଜ ପାଇଁ ୧୦୦୦ କୋଟି ଟଙ୍କା ଖର୍ଚ୍ଚ ହୋଇ ଭିତ୍ତିଭୂମି ପ୍ରସ୍ତୁତି ହୋଇଥିଲେ ହେଁ ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ନ ହେବା ଦୁଃଖର ବିଷୟ। ପୂର୍ବରୁ କମିଟି ପକ୍ଷରୁ ଆନ୍ଦୋଳନ ପାଇଁ ଡାକରା ଦିଆଯାଇଥିଲା। ହେଲେ ପ୍ରଶାସନ ଏ ନେଇ ସମୟ ମାଗିବା ଯୋଗୁ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିଲା। କିନ୍ତୁ କେବେଠାରୁ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ ସେ ନେଇ ସରକାର ବିଦ୍ଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରି ନ ଥିବାରୁ କ୍ରିୟାନୁଷ୍ଠାନ କମିଟି ତାଳଚେର ବନ୍ଦ ଡାକରା ଦେଇଛି। ଏହି ବନ୍ଦକୁ ସଫଳ କରିବା ପାଇଁ ତାଳଚେରର ବୁଦ୍ଧିଜୀବୀ, ଶ୍ରମିକ, ବ୍ୟବସାୟୀ, ଛାତ୍ର, ଯୁବକ ଏବଂ ଅଞ୍ଚଳବାସୀ ସମ୍ପୂର୍ଣ୍ଣ ସହଯୋଗ କରିବା ସହିତ ୭୨ ଘଣ୍ଟିଆ ଅର୍ଥନୈତିକ ଆନ୍ଦୋଳନକୁ ସଫଳ କରିବାକୁ କ୍ରିୟାନୁଷ୍ଠାନ କମିଟି ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri