ତାଳଚେର ବନ୍ଦ, ଅର୍ଥନୈତିକ ଅବରୋଧ ଚେତାବନୀ

ତାଳଚେର,୩୦ା୪(ଡି.ଏନ.ଏ.): ଆସନ୍ତା ୭ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମେଡିକାଲ କଲେଜ କାର୍ଯ୍ୟକ୍ଷମ କରା ନ ଗଲେ ମେ ୧୩ ତାରିଖରେ ତାଳଚେରରେ ବନ୍ଦ ପାଳନ କରାଯିବ। ଏଥିସହିତ ଆଗାମୀ ଜୁନ୍‌ ୧ରୁ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ କରାଯିବ ବୋଲି ଶୁକ୍ରବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ତାଳଚେରବାସୀଙ୍କ ତରଫରୁ ଅନୁଷ୍ଠିତ ଗଣସମାବେଶରେ ଚେତାବନୀ ଦିଆଯାଇଛି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଉପଜିଲାପାଳ ବିଶ୍ୱରଞ୍ଜନ ରଥଙ୍କୁ ପ୍ରଦାନ କରାଯାଇଛି।
ପ୍ରକାଶ ଯେ, ଏମ୍‌ସିଏଲ୍‌ ପକ୍ଷରୁ ତାଳଚେର ମେଡିକାଲ କଲେଜର ନିର୍ମାଣ କାର୍ଯ୍ୟ ଦୀର୍ଘ ୪ ବର୍ଷ ତଳୁ ଶେଷ କରାଯାଇଥିଲେ ମଧ୍ୟ ରାଜ୍ୟ ସରକାର ଏହାକୁ କାର୍ଯ୍ୟକ୍ଷମ କରୁନାହାନ୍ତି। ଏ ନେଇ ତାଳଚେରବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ମେଡିକାଲ କଲେଜ ସରକାର ଚଳାଇବା ଦାବି ନେଇ ସକାଳୁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ ଲୋକ ଗଣଧାରଣା ଦେଇଥିଲେ। ତାଳଚେର କ୍ରିୟାନୁଷ୍ଠାନ କମିଟି ଆବାହକ ପଦ୍ମ ଚରଣ ସାମଲଙ୍କ ସଭାପତିତ୍ୱରେ ପୂର୍ବତନ ଏମ୍‌ପି ରବିନାରାୟଣ ପାଣି, ପୂର୍ବତନ ବିଧାୟକ ବିଭୁଧେନ୍ଦ୍ର ପ୍ରତାପ ଦାସ, ଜାତୀୟ ମହିଳା କଂଗ୍ରେସ ସାଧାରଣ ସମ୍ପାଦିକା ସସ୍ମିତା ବେହେରା, ଓଡ଼ିଶା କୋଲିୟରିଜ ମଜଦୁର ସଂଘ ସମ୍ପାଦକ ସୌଭାଗ୍ୟ ପ୍ରଧାନ, ତାଳଚେର ଓକିଲ ସଂଘ ସଭାପତି ସନ୍ତୋଷ ସାହୁ, ପ୍ରେସ୍‌ କ୍ଲବ ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ, ବସ୍‌ ମାଲିକ ସଂଘ ସଭାପତି ଶ୍ରୀକାନ୍ତ ପାଣି, ପୂର୍ବତନ ନଗରପାଳ କେଶବ ଭୂତିଆ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦିଗାମ୍ବର ଗଡ଼ନାୟକ, କ୍ଷୀରୋଦ ସାହୁ, ମାନସ ଆଚାର୍ଯ୍ୟ, ମନୋଜ ପ୍ରଧାନ, ଧନେଶ୍ୱର ସାହୁ, ମାନସୀ ସ୍ବାଇଁ, ଜ୍ୟୋତ୍ସ୍ନା ସ୍ବାଇଁ, ନିଲମ ଲାଲ୍‌, ଜେମାମଣି ନାଏକ, ଭୁପେନ ଥମ୍ବ, ଶୋଭାଗିନୀ ଦାସ, ସ୍ବାଧୀନ ଥମ୍ବ, ବାପି ମହାନ୍ତି, ଅର୍ଜୁନ ଭୂତିଆ ପ୍ରମୁଖ ଯୋଗଦେଇ ତାଳଚେର ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ବିରୋଧରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଥିଲେ। ତାଳଚେରରୁ ସରକାର ବାର୍ଷିକ ସହସ୍ରାଧିକ କୋଟି ଟଙ୍କାର ରାଜସ୍ବ ପାଉଥିବାବେଳେ ସ୍ବାସ୍ଥ୍ୟସେବା ଦିଗରେ ଅବହେଳା ନ କରି ତୁରନ୍ତ ମେଡିକାଲ କଲେଜ ପରିଚାଳନା ଦାୟିତ୍ୱ ନେବାକୁ ବକ୍ତାମାନେ ଦୃଢ଼ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri